ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ

Ordigital Desk
  • Published: Sunday, 12 August 2018
  • , Updated: 12 August 2018, 08:10 AM IST
<p>ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।</p> <p>ଆସନ୍ତା କିଛି ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।</p> <p>ପୂର୍ବରୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ରପ୍ରଦେଶର ଦକ୍ଷିଣ ଉପକୂଳରେ ଏକ ଘୂର୍ଣ୍ଣବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଗତକାଲିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି।</p>

Related story