ମହାସ୍ନାନ ପରେ ଗଜାନନ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ(ଓଡ଼ିଶା ରିପୋର୍ଟର):ସ୍ନାନବେଦୀରେ ମହାସ୍ନାନ ପରେ ଗଜାନନ ବେଶରେ ସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ଚତୁର୍ଦ୍ଧାମୂରତୀ। ଏହି ଅପୂର୍ବ ଦୃଶ୍ୟକୁ ଦର୍ଶନ କରିବା ପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ଭିଡ଼ ଲାଗିଛି। ଏଥିସହ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାର ଆଦ୍ୟପର୍ବ ଆରମ୍ଭ ହୋଇଛି। ମଙ୍ଗଳବାର ମହାପ୍ରଭୁ ଅଣସରରେ ରହିବା ସହ ପଟି ଦିଅଁ ଭାବେ ଭକ୍ତଙ୍କୁ ଦର୍ଶନ ଦେବେ। ପ୍ରଥମେ ସୁଦର୍ଶନ, ପରେ ବଳଭଦ୍ର, ମା’ ସୁଭଦ୍ରା ଓ ଶେଷରେ ମହାପ୍ରଭୂଭୁ ଧାଡ଼ି ପହଣ୍ଡିରେ ଆସି ସ୍ନାନମଣ୍ଡପରେ ବିରାଜମାନ କରିଥିଲେ। […]

cpii-1

Tapas Behera
  • Published: Monday, 17 June 2019
  • , Updated: 26 June 2019, 11:24 AM IST

ପୁରୀ(ଓଡ଼ିଶା ରିପୋର୍ଟର):ସ୍ନାନବେଦୀରେ ମହାସ୍ନାନ ପରେ ଗଜାନନ ବେଶରେ ସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ଚତୁର୍ଦ୍ଧାମୂରତୀ। ଏହି ଅପୂର୍ବ ଦୃଶ୍ୟକୁ ଦର୍ଶନ କରିବା ପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ଭିଡ଼ ଲାଗିଛି।

ଏଥିସହ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାର ଆଦ୍ୟପର୍ବ ଆରମ୍ଭ ହୋଇଛି। ମଙ୍ଗଳବାର ମହାପ୍ରଭୁ ଅଣସରରେ ରହିବା ସହ ପଟି ଦିଅଁ ଭାବେ ଭକ୍ତଙ୍କୁ ଦର୍ଶନ ଦେବେ। ପ୍ରଥମେ ସୁଦର୍ଶନ, ପରେ ବଳଭଦ୍ର, ମା’ ସୁଭଦ୍ରା ଓ ଶେଷରେ ମହାପ୍ରଭୂଭୁ ଧାଡ଼ି ପହଣ୍ଡିରେ ଆସି ସ୍ନାନମଣ୍ଡପରେ ବିରାଜମାନ କରିଥିଲେ।

ଶ୍ରୀମନ୍ଦିର ପରିସର ସ୍ଥିତ ସୁନା କୂଅରୁ ଆସିଥିବା ୧୦୮ ଗଡ଼ୁ ସୁବାସିତ ଜଳରେ ମହାପ୍ରଭୁଙ୍କୁ ସ୍ନାନ କରାଯାଇଥିଲା। ସ୍ନାନ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ କଲେ କୋଟି ଜନ୍ମର ପୂଣ୍ୟ ମିଳେ ବୋଲି ବିଶ୍ୱାସ ରହିଛି। ତେଣୁ ମହାପ୍ରଭୁଙ୍କୁ ଦେଖିବାକୁ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଛି।

Related story