Advertisment

କ୍ୱାରେଣ୍ଟାଇନରେ ରହିଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଦେଶରୁ ଫେରି ହୋମ୍‌ କ୍ୱାରେଣ୍ଟାଇନରେ ରହିଲେ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ। ରେଜିଷ୍ଟ୍ରେସନ କରି ସପରିବାର ନିଜ ଭୁବନେଶ୍ୱର ଘରେ ହୋମ୍‌ କ୍ୱାରେଣ୍ଟାଇନ ରହିଛନ୍ତି ପୁରୀ ଗଜପତି। ଆମେରିକା ଗସ୍ତ ସାରି ଗଜପତି ସପରିବାର ଗତ ୧୫ତାରିଖରେ ଓଡ଼ିଶା ଫେରିଥିଲେ। ଆଜି ସରକାରଙ୍କ ଅନ୍‌ଲାଇନ୍‌ରେ ରେଜିଷ୍ଟ୍ରେସନ କରିଥିଲେ ଗଜପତି। ସେଥିପାଇଁ ତାଙ୍କୁ ଭୁବନେଶ୍ୱର ଘରେ ୧୪ ଦିନ ଯାଏ ହୋମ୍‌ କ୍ୱାରେଣ୍ଟାଇନରେ ରଖାଗଲା। ହୋମ୍ କ୍ୱାରେଣ୍ଟାଇନ ନେଇ ଗଜପତିଙ୍କ କାର୍ଯ୍ୟାଳୟ ସୂତ୍ରରୁ ଏନେଇ […]

ଅଦ୍ୟତନ ହୋଇଛି
‘ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରେ ଚଳିତ ରଥଯାତ୍ରା ସଫଳ ହେଲା’

gajapati

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଦେଶରୁ ଫେରି ହୋମ୍‌ କ୍ୱାରେଣ୍ଟାଇନରେ ରହିଲେ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ। ରେଜିଷ୍ଟ୍ରେସନ କରି ସପରିବାର ନିଜ ଭୁବନେଶ୍ୱର ଘରେ ହୋମ୍‌ କ୍ୱାରେଣ୍ଟାଇନ ରହିଛନ୍ତି ପୁରୀ ଗଜପତି। ଆମେରିକା ଗସ୍ତ ସାରି ଗଜପତି ସପରିବାର ଗତ ୧୫ତାରିଖରେ ଓଡ଼ିଶା ଫେରିଥିଲେ। ଆଜି ସରକାରଙ୍କ ଅନ୍‌ଲାଇନ୍‌ରେ ରେଜିଷ୍ଟ୍ରେସନ କରିଥିଲେ ଗଜପତି। ସେଥିପାଇଁ ତାଙ୍କୁ ଭୁବନେଶ୍ୱର ଘରେ ୧୪ ଦିନ ଯାଏ ହୋମ୍‌ କ୍ୱାରେଣ୍ଟାଇନରେ ରଖାଗଲା। ହୋମ୍ କ୍ୱାରେଣ୍ଟାଇନ ନେଇ ଗଜପତିଙ୍କ କାର୍ଯ୍ୟାଳୟ ସୂତ୍ରରୁ ଏନେଇ ସୂଚନା ମିଳିଛି।

Advertisment

publive-imageସୂଚନାରୁ ପ୍ରକାଶ, ରାଜ୍ୟରେ ପ୍ରଥମ ‘କରୋନା’ ସଂକ୍ରମିତ ବ୍ୟକ୍ତି ଚିହ୍ନଟ ହେବା ପରେ ଏହାର ମୁକାବିଲା ଲାଗି ଅଧିକ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ବିଦେଶ ଫେରନ୍ତାଙ୍କ ରେଜିଷ୍ଟ୍ରେସନ ପାଇଁ ଏକ ପୋର୍ଟାଲ covid19.odisha.gov.inର ବ୍ୟବସ୍ଥା ହୋଇଛି। ଏହି ପୋର୍ଟାଲରେ କିମ୍ବା ନିଃଶୁଳ୍କ ନମ୍ବର ୧୦୪କୁ ଫୋନ୍ କରି ମଧ୍ୟ ରେଜିଷ୍ଟ୍ରେସନ କରିପାରିବେ। ଏଥିପାଇଁ ବିଦେଶ ଫେରନ୍ତାଙ୍କୁ ୪୮ ଘଣ୍ଟାର ମହଲତ ଦେଇଥିଲେ ରାଜ୍ୟ ସରକାର। ଯେଉଁମାନେ ରେଜିଷ୍ଟ୍ରେସନ କରି ହୋମ୍ ଆଇସୋଲେସନରେ ରହିବେ, ସେମାନଙ୍କୁ ୧୫ ହଜାର ଟଙ୍କାର ସହାୟତା ମିଳିବ। ରେଜିଷ୍ଟ୍ରେସନ ନକରି ନିଜ ତଥ୍ୟ ନଦେଲେ ସେମାନଙ୍କ ବିରୋଧରେ ଫୌଜଦାରୀ ମାମଲା କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରୀପାଠି ଗତକାଲି ଚେତାବନୀ ଦେଇଥିଲେ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe