Advertisment

ଦଶାହ ଭୋଜିକୁ ଯିବାବେଳେ ଓଲଟି ପଡ଼ିଲା ଅଟୋ, ୭ ଆହତ

ପୁଲିସ ଅଟୋକୁ ଜବତ କରି ଘଟଣାର ତଦନ୍ତ କରୁଛି। ଦୁର୍ଘଟଣାରେ ଅଟୋଟି ଭାଙ୍ଗି ଯାଇଛି।

Accident

Accident

Advertisment

ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ଲୁଦୁପଙ୍କା ଗାଁର ନିକଟସ୍ଥ ବୁଲାଣିଆ ରାସ୍ତାରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଅଟୋ ଭାରସାମ୍ୟ ରାସ୍ତାକଡ଼କୁ ଓଲଟି ପଡ଼ିବାରୁ ୭ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ମୋହନା ମେଡିକାଲରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ ୫ ଜଣ ମହିଳା ଓ ୨ ଜଣ ପୁରୁଷ ଥିବା ଜଣାପଡ଼ିଛି। ସମସ୍ତ ଆହତଙ୍କ ଘର କୁଟାମା ଗାଁର ବୋଲି ଜଣାଯାଇଛି।

Advertisment

କୁଟାମା ଗାଁର ପ୍ରାୟ ୮ଜଣ ବ୍ୟକ୍ତି ଏକ ଅଟୋରେ ଆଜି ଦଶାହ ଭୋଜିରେ ଯୋଗ ଦେବାକୁ ଯାଉଥିଲେ। ଏହି ସମୟରେ ଲୁଦୁପାଙ୍କା ନିକଟରେ ଅଟୋଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ପୁଲିସ ଓ ସ୍ଥାନୀୟ ଲୋକେ ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପୁଲିସ ଅଟୋକୁ ଜବତ କରି ଘଟଣାର ତଦନ୍ତ କରୁଛି। ଦୁର୍ଘଟଣାରେ ଅଟୋଟି ଭାଙ୍ଗି ଯାଇଛି।  

Road Accident Gajpati
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe