ନୟାଗଡ଼ (ଆର୍ତ୍ତତ୍ରାଣ ପ୍ରଧାନ): ନୟାଗଡ଼ରେ ଦିନ ଦିପ୍ରହରରେ ଚାଲିଛି ଜୁଆ ଆଡ୍ଡା। କେବଳ ପ୍ରାପ୍ତ ବୟସ୍କ ନୁହେଁ, ସ୍କୁଲ ଛାତ୍ରମାନେ ମଧ୍ୟ ଏହି ଖେଳ ଖେଳୁଥିବା ନେଇ ହିଡେନ୍ କ୍ୟାମେରାରେ ଭିଡିଓ କଏଦ ହୋଇଛି। ଏ ଦୃଶ୍ୟ ଦେଖିବାକୁ ମିଳିଛି ରଣପୁର ଥାନା ଅଧିନସ୍ଥ ରଣପୁର ବଡ଼ଦାଣ୍ଡର ଦୋଳମଣ୍ଡପ ପଛ ପାର୍ଶ୍ୱରେ। ସବୁଠାରୁ ଆଶ୍ଚର୍ଯ୍ୟର ବିଷୟ ହେଉଛି ରଣପୁର ଥାନାଠାରୁ ମାତ୍ର ୩ଶହ ମିଟର ଦୂରରେ ଏହି ଖୁଲମ ଖୁଲା ଜୁଆ ଖେଳ ଚାଲିଛି। ତେଣୁ ପୁଲିସର ଭୂମିକା ନେଇ ସ୍ଥାନୀୟ ଲୋକଙ୍କ ମନରେ ସନ୍ଦେହ ଉପୁଜିଛି।
ଏହି ଖେଳ ଦ୍ୱାରା ଜୁଆ ଆଡ୍ଡା ମାଲିକ ଲାଭବାନ ହେଉଥିବା ବେଳେ ସାଧାରଣ ଲୋକେ ତଳିତଳାନ୍ତ ହେଉଛନ୍ତି। ଅନ୍ୟପକ୍ଷରେ ଏନେଇ ଅଭିଯୋଗ ହେଲେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ରଣପୁର ଆଇଆଇସି ବୈଦ୍ୟ ନାରାୟଣ ଭୋଇ ସଫେଇ ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।