ବ୍ରହ୍ମପୁର (ଜଗନ୍ନାଥ ସାହୁ): ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଦେଓଗାଁ ଜଙ୍ଗଲରେ ଜୁଆ ଆଡ୍ଡା ଚାଲିଥିଲା। ଏ ସମ୍ପର୍କରେ ପୋଲିସ ଜାଣିପାରି ଆଜି ଚଢ଼ାଉ କରି ୬ ଜୁଆଡ଼ିଙ୍କୁ ଗିରଫ କରିବାରେ ସଫଳ ହୋଇଥିଲା। ପୋଲିସ ସେମାନଙ୍କଠାରୁ ନଗଦ ୬୪,୦୦୦ ଟଙ୍କା ଓ ୧୦ଟି ମୋଟରସାଇକେଲ ଜବତ କରିଛି।
କିଛି ଦିନ ଧରି ଦେଓଗାଁ ଜଙ୍ଗଲରେ ଜୁଆ ଆଡ୍ଡା ଚାଲିଥିଲା। ଏଠାରେ ଲକ୍ଷ ଲକ୍ଷ ଟଙ୍କାର ଜୁଆ ଖେଳ ଚାଲିଥିଲା। ଅଭିଯୋଗ ହେଉଥିଲେ ମଧ୍ୟ ପୋଲିସ ସେମାନଙ୍କୁ ଧରିବାରେ ସକ୍ଷମ ହେଉନଥିଲା। ପୋଲିସ ସେଠାରେ ପହଞ୍ଚିବା ପୂର୍ବରୁ ସେମାନେ ଚମ୍ପଟ ମାରୁଥିଲେ। ମାତ୍ର ଆଜି ପୋଲିସ କୌଣସି ସୂତ୍ରରୁ ଖବର ପାଇ ଉକ୍ତ ଜଙ୍ଗଲରେ ଚଢ଼ାଉ କରି ସେମାନଙ୍କୁ ଧରିବାରେ ସଫଳ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।