ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ କରୁଛି ସାରା ଦେଶ । ଏଥିପାଇଁ ସବୁଆଡେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ରାଜଧାନୀ ଭୁବନେଶ୍ୱରରେ ବଡ଼ି ଭୋରରୁ ରାମଧୂନ କରାଯାଇଥିଲା । ଏହାପରେ ଆଚାର୍ଯ୍ୟ ବିହାରଠାରୁ ଏଜି ଛକ ପର୍ଯ୍ୟନ୍ତ ଏକ ମାନବ ଶୃଙ୍ଖଳ ଓ ରାମଧୂନ୍ ସଂକୀର୍ତ୍ତନ ପଦଯାତ୍ରା କରାଯାଇଛି । ବିଧାନସଭା ପରିସରରେ ପ୍ରାର୍ଥନାସଭା ଆୟୋଜିତ ହୋଇଛି। ଏଥିରେ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଉପବାଚସ୍ପତି ରଜନୀକାନ୍ତ ସିଂ ପ୍ରମୁଖ ଯୋଗ ଦେଇଥିଲେ ।
୧୮୬୯ ମସିହା ଅକ୍ଟୋବର ୨ରେ ମୋହନ ଦାସ କରମଚାନ୍ଦ ଗାନ୍ଧୀ ଗୁଜରାଟର ପୋରବନ୍ଦରରେ ଜନ୍ମଗ୍ରହଣ କରିଥିଲେ । ଅହିଂସା ଉପାୟରେ ଗାନ୍ଧିଜୀଙ୍କ ସତ୍ୟାଗ୍ରହ ଦ୍ୱାରା ଭାରତ ବ୍ରିଟିଶ ଶାସନରୁ ମୁକ୍ତ ହୋଇଥିଲା । ଅହିଂସା ପ୍ରତି ଥିବା ଗାନ୍ଧିଜୀଙ୍କର ଆସ୍ଥା ଓ ବିଶ୍ୱାସକୁ ସ୍ୱୀକୃତି ଦେଇ ଜାତିସଂଘ ପକ୍ଷରୁ ୨୦୦୭ ପରଠାରୁ ଆଜିର ଦିନକୁ ଆନ୍ତର୍ଜାତିକ ଅହିଂସା ଦିବସ ଭାବେ ପାଳନ କରାଯାଉଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଜିଠୁ ସ୍ଥଗିତ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ
ଡିସେମ୍ବର ୧୭ ତାରିଖରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହୋଇଥିଲା।
Accident
ଭାଇ ସହ ଖେଳୁଥିଲା କୁନି ଝିଅ, ଝୁଣି ମାରିଦେଲେ କୁକୁର ପଲ
ଗତକାଲି ଦିନବେଳା ଘର ବାହାରେ ଥିବା ଏକ ଜମିରେ ନାବାଳିକାଜଣକ ଭାଇ ସହ ଖେଳୁଲେ। ଉକ୍ତ ସମୟରେ ୫ଟି କୁକୁର ଉଭୟ ଭାଭଉଣୀଙ୍କୁ ଆକ୍ରମଣ କରିଥିଲେ।
Events & Festivals
ଆଜି ପବିତ୍ର ବଡ଼ଦିନ; ଧରା ଅବତରଣ କଲେ ପ୍ରଭୁ ଯୀଶୁ
କ୍ରିସମାସ ଉପଲକ୍ଷେ ପୁରୀ ବେଳାଭୂମିରେ ବିଶ୍ୱର ସର୍ବବୃହତ ବାଲୁକା କଳା ହୋଇଛି। ଯାହା ୱାଲ୍ଡ ରେକର୍ଡ BOOKS OF INDIAରେ ସ୍ଥାନ ପାଇଛି।
Politics
ଆମ୍ବେଦକରଙ୍କୁ ନେଇ କଂଗ୍ରେସ କୁମ୍ଭୀର କାନ୍ଦଣା କାନ୍ଦୁଛି: ମୁଖ୍ୟମନ୍ତ୍ରୀ
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ବିବୃତିକୁ କଦର୍ଥ ଏବଂ ବିକୃତ କରି କଂଗ୍ରେସ ନିଜର ରାଜନୈତିକ ଆଶା ପୂରଣ କରିବାକୁ ଚେଷ୍ଟା କରୁଛି କହିଲେ ମୁଖ୍ୟମନ୍ତ୍ରୀ।
Crime
ରିଟାର୍ଡ ଆଇଏଏସ୍ ବିନୋଦ କୁମାର ଓ ଅନ୍ୟ ୨ଜଣଙ୍କୁ ୩ବର୍ଷ ସଶ୍ରମ ଜେଲ୍
୧୯୮୯ ବ୍ୟାଚ୍ ଆଇଏଏସ୍ ବିନୋଦ କୁମାରଙ୍କୁ ରାଜ୍ୟ ସରକାର ୨୦୨୨ ମସିହାରେ ଚାକିରିରୁ ବହିଷ୍କୃତ କରିଥିଲେ। ଓଆରଏଚଡିସି ଦୁର୍ନୀତି ଓ ଅର୍ଥ ତୋଷାରପାତ ମାମଲାରେ ଏହି ସଂସ୍ଥାର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ବିନୋଦ କୁମାର ଦଶମ ଥର ପାଇଁ ଦୋଷୀସାବ୍ୟସ୍ତ ହୋଇଛନ୍ତି।