ମୋହନା(ମିହିର ଯତି): ଗଜପତି ଜିଲ୍ଲା ଆର.ଉଦୟଗିରି ଥାନା ପୁଲିସ୍ ପେଟ୍ରୋଲିଂ ବେଳେ ମକାପଦା ଛକ ନିକଟରରେ ଏକ ଅଟୋରୁ ୭୫ କେଜି ଗଞ୍ଜେଇ ଜବତ କରିଛି। ଏଥିସହ ଅଟୋ ଚାଳକଙ୍କୁ ଗିରଫ କରିଛି। ତାଙ୍କ ନାଁ ଧନଞ୍ଜୟ ରଇତ। ତାଙ୍କ ଘର ଆର.ଉଦୟଗିରି ଥାନା ଅନ୍ତର୍ଗତ ଘୋଡ଼ାପଦର ଗାଁରେ। ପୁଲିସ୍ ଅଟୋକୁ ମଧ୍ୟ ଜବତ କରିଛି।
ଗତକାଲି ପୁଲିସ୍ କୌଣସି ସୂତ୍ରରୁ ଖବର ପାଇ ମକାପଦା ଓ ଛେଲାଗଡ଼ ରାସ୍ତାରେ ପେଟ୍ରୋଲିଂ କରୁଥିଲା। ଏହି ସମୟରେ ସନ୍ଦେହରେ ଏକ ଅଟୋକୁ ଯାଞ୍ଚ କରିଥିଲା। ଯାଞ୍ଚ ବେଳେ ପୁଲିସ୍ ଅଟୋରୁ ୩ ବସ୍ତା ଗଞ୍ଜେଇ ଜବତ କରିଥିଲା। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୩ ଲକ୍ଷ ଟଙ୍କାରୁ ଅଧିକ ହେବ। ଛେଲାଗଡ଼ ଅଞ୍ଚଳରୁ ଗଞ୍ଜେଇ ଗଞ୍ଜାମ ଜିଲ୍ଲାକୁ ଚାଲାଣ ହେଉଥିବା ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।