୨ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ଅବକାରୀ ବିଭାଗ

ଅନୁଗୋଳ: ଅନୁଗୋଳ ଜିଲ୍ଲା ପୁରୁଣାକୋଟ ଥାନା ଅନ୍ତର୍ଗତ ବାଲିଜେରେଙ୍ଗ ଗାଁରେ ବ୍ୟାପକ ଗଞ୍ଜେଇ ଗଛ ନଷ୍ଟ କରାଯାଇଛି। ୫ ଏକର ଜମିରେ ପ୍ରାୟ ୨୦ ହଜାର ଗଞ୍ଜେଇ ଗଛ ନଷ୍ଟ କରିଛି ଅବକାରୀ ବିଭାଗ। ଏହାର ଆନୁମାନିକ ମୂଲ୍ୟ ପ୍ରାୟ ୨ କୋଟି ଟଙ୍କା ହେବ।

ଗତ ୨୪ ତାରିଖରେ ବାଲିଜେରେଙ୍ଗ ଓ ପଥରଗଡ଼ ଅଞ୍ଚଳରେ ୪ ଏକର ଜମିରେ ହୋଇଥିବା ଗଞ୍ଜେଇ ଗଛକୁ ନଷ୍ଟ କରିଥିଲା ଜଙ୍ଗଲ ବିଭାଗ। ଯାହାର ଆନୁମାନିକ ମୂଲ୍ୟ ଦେଢ଼ କୋଟି ଟଙ୍କା ଥିଲା।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।