ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗଞ୍ଜାମ ଦିଗପହଣ୍ଡିରେ ଚଳନ୍ତା ଅଟୋରୁ ଖସି ପ୍ରଥମ ଶ୍ରେଣୀ ଛାତ୍ରଙ୍କ ଦାରୁଣ ମୃତ୍ୟୁ ପରେ ରାଜ୍ୟ ସରକାର ଗ୍ରହଣ କରିଛନ୍ତି କଡ଼ା ଆଭିମୁଖ୍ୟ। ପିଲାଙ୍କୁ ଅଟୋରେ ସ୍କୁଲ ନେବା ଆଣିବା କଲେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ। ଏହି ଚରମ ବାଣୀ ଶୁଣାଇଛନ୍ତି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶନାମା ସତ୍ତ୍ୱେ ଯିଏ ଏହାକୁ ଉଲ୍ଲଂଘନ କରିବ, ତା ବିରୋଧରେ କଡ଼ା ପଦକ୍ଷେପ ନିଆଯିବ। ଏପରିକି ସେହି ସ୍କୁଲକୁ ବ୍ୟାନ ମଧ୍ୟ କରାଯାଇପାରେ ବୋଲି ଚେତାଇ ଦେଇଛନ୍ତି ପରିବହନ ମନ୍ତ୍ରୀ।
୨୦୧୬ର ଗାଇଡ୍ ଲାଇନ୍କୁ ବେଖାତିର କରି ଏବେ ମଧ୍ୟ ବହୁ ସ୍କୁଲ ପିଲାଙ୍କୁ ଅଟୋରେ ଲଦାଲଦି କରି ନେଉଛନ୍ତି। ଯେଉଁଥିପାଇଁ କିଛି ଦିନ ତଳେ ଦିଗପହଣ୍ଡିରେ ଏକ ଦୁର୍ଘଟଣା ଘଟିଥିଲା। ଚଳନ୍ତା ଅଟୋରୁ ଖସି ଜଣେ ଛାତ୍ରର ମୃତ୍ୟୁ ଘଟିଥିଲା। ଏହି ଘଟଣା ସମଗ୍ର ରାଜ୍ୟରେ ଆଲୋଡ଼ନ ଖେଳାଇ ଦେଇଥିଲା। ସମ୍ପୃକ୍ତ ସ୍କୁଲ କର୍ତ୍ତୃପକ୍ଷଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଏଏସ୍ ବଦଳି: ମଧୁମିତା ନାୟକ ଇଏସଆଇ ନିର୍ଦ୍ଦେଶିକା
ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଅଦଳବଦଳ। ଅଶୋକ କୁମାର ପଣ୍ଡାଙ୍କୁ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି।
Miscellaneous
ଡିଜିପି ସମ୍ମିଳନୀ ପାଇଁ ଲୋକସେବା ଭବନରେ କଟକଣା: କେବଳ ମନ୍ତ୍ରୀ-ସଚିବଙ୍କ କାରକୁ ମିଳିବ ପାର୍କିଂ ଅନୁମତି
ପୁଲିସ ଡିଜି ସମ୍ମିଳନୀ ପାଇଁ ବୁଧବାରଠୁ ଲୋକସେବା ଭବନରେ ବିଭିନ୍ନ କଟକଣା ଜାରି ହେବ। ପାର୍କିଂ ପାଇଁ ଆବଶ୍ୟକ ଗାଇଡଲାଇନ୍ ଜାରି କଲେ ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ଆର୍.କେ ଶର୍ମା।
Crime
ବୈକୁଣ୍ଠଧାମ ଆଶ୍ରମରେ ଚାଲୁଥିଲା ଯୌନ ଉତ୍ପୀଡନ!
ଅଭିଯୋଗ ଅନୁସାରେ ଥରେ ଲୀନାଙ୍କୁ ଫୋନ୍ କରୁଥିବା ଆଶ୍ରମର ବାବା କ୍ରିଷ୍ଣ ମାଧବଙ୍କ ସହ ଯୋଗାଯୋଗ କରିଥିଲେ ଜିତେନ। ଏଥିପାଇଁ ସେ ୨,୦୦,୦୦୦ ଟଙ୍କା ମାଗିଲା। ୨,୦୦,୦୦୦ ଟଙ୍କା ଦେଲେ ଲୀନାଙ୍କୁ ଛାଡ଼ିଦେବି ବୋଲି କ୍ରିଷ୍ଣା କହିଥିଲେ।
Miscellaneous
୨୯ ଅପରାହ୍ନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ
ସାଧାରଣ ସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ, ରାଜଭବନ ପର୍ଯ୍ୟନ୍ତ ରୋଡ୍ ସୋ। ଦଳୀୟ ସାଂସଦ, ମନ୍ତ୍ରୀ, ବିଧାୟକ ଓ ବରିଷ୍ଠ ପଦାଧିକାରୀଙ୍କୁ ଦେବେ ଗୁରୁମନ୍ତ୍ର।
Miscellaneous
ଜାନୁଆରୀ ୫ରୁ ଆଦିବାସୀ ମେଳା, ପ୍ରବାସୀ ବି ଦେଖିବେ ଓଡ଼ିଶାର ଆଦିବାସୀ ସଂସ୍କୃତି
ଚଳିତଥର ମେଳାକୁ ପ୍ରବାସୀ ଭାରତୀୟମାନେ ଆସିବାର ସମ୍ଭାବନା ଥିବାରୁ ରାଜ୍ୟ ସରକାର ସ୍ୱତନ୍ତ୍ର ବ୍ୟବସ୍ଥା କରୁଛନ୍ତି। ଆଦିବାସୀଙ୍କ କଳା, ସଂସ୍କୃତି, ପରମ୍ପରା ଓ ହସ୍ତତନ୍ତ ଆଦିର ବ୍ୟାପକ ପ୍ରଚାରପ୍ରସାର ପାଇଁ ଲକ୍ଷ୍ୟ ରଖିଛନ୍ତି ସରକାର।