୧୭ରୁ ୩୦ ପର୍ଯ୍ୟନ୍ତ ଛୁଟି ବାତିଲ୍ କଲେ ଜିଲ୍ଲାପାଳ

ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ। ଜୁଲାଇ ୧୭ରୁ ୩୦ ତାରିଖ ପର୍ଯ୍ୟନ୍ତ ଛୁଟି ବାତିଲ୍ କଲେ ଗଞ୍ଜାମ ଜିଲ୍ଲାପାଳ। ଗଞ୍ଜାମରେ ପ୍ରବଳ ବର୍ଷା ସମ୍ଭାବନା ଯୋଗୁ ବନ୍ୟା ପରିସ୍ଥିତି ଆଶଙ୍କା ରହିଛି। ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛୁଟି ବାତିଲ ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ।
ରାଜ୍ୟରେ ମୌସୁମୀ ବର୍ଷା ଲାଗି ରହିଥିବା ବେଳେ ଲଘୁଚାପ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଗାମୀ ୫ ଦିନ ପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତାକାଲି ସକାଳ ସୁଦ୍ଧା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଜଗତସିଂହପୁର, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲା ୭ରୁ ୧୧ ସେମି ଯାଏଁ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୨୧ ତାରିଖ ସକାଳ ସାଢ଼େ ୮ଟାରୁ ୨୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ବାରଗଡ଼, ସୋନପୁର, ବୌଦ୍ଧ, ନୟାଗଡ଼, ଗଞ୍ଜାମ, କନ୍ଧମାଳ,ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ଯାଏଁ ବର୍ଷା ରେକର୍ଡ କରାଯାଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
#Warning for Day-1 To Day-5 pic.twitter.com/uar9mbEMLa
— Meteorological Centre, Bhubaneswar (@mcbbsr) July 20, 2022
୨୨ ତାରିଖ ସକାଳ ସାଢ଼େ ୮ଟାରୁ ୨୩ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବରଗଡ଼, ସମ୍ୱଲପୁର, ଅନୁଗୋଳ, ଢେଙ୍କାନାଳ, କଟକ, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୧ରୁ ୨୦ ସେମି ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଦେବଗଡ଼, କେନ୍ଦୁଝର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ସୋନପୁର, କନ୍ଧମାଳ, ଗଞ୍ଜାମ, ଗଜପତି, କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ଯାଏଁ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୨୩ ତାରିଖ ସକାଳ ସାଢ଼େ ୮ଟାରୁ ୨୪ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହି ସବୁ ଜିଲ୍ଲାରେ ୧୧ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କଟକ, ଖୋର୍ଦ୍ଧା, ନୟାଗଡ଼,ଗଞ୍ଜାମ, ଗଜପତି, କଳାହାଣ୍ଡି, ବୌଦ୍ଧ, ଅନୁଗୋଳ, ସୋନପୁର,ସମ୍ୱଲପୁର, ଦେବଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହେବାର ଆଶଙ୍କା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୨୪ ତାରିଖ ସକାଳ ସାଢ଼େ ୮ଟାରୁ ୨୫ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୧୧ରୁ ୨୦ ସେମି ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କଟକ, ନୟାଗଡ଼, ଅନୁଗୋଳ, ସମ୍ୱଲପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ଯାଏଁ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।