ଆସିକା (ମନୋଜ ମୁନି): ଦୁର୍ଘଟଣାର ଶିକାର ହୋଇ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଥିବା ଜଣେ ବ୍ୟକ୍ତିଙ୍କୁ ନିଜ ଗାଡ଼ିରେ ନେଇ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି ଗଞ୍ଜାମ ଜିଲ୍ଲାପାଳ, ଯାହା ଏବେ ଏଠାରେ ଚର୍ଚ୍ଚାର ବିଷୟ ହୋଇଛି।
ସୂଚନା ଅନୁସାରେ, ଆଜି ସକାଳେ ଶେରଗଡ଼ ମାରୁଡି ଛକରେ ଏକ ମୋଟର ସାଇକେଲ୍ ଓ ଅଟୋରିକ୍ସା ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ମୋଟର ସାଇକେଲ୍ ଚାଳକ ଆହତ ହୋଇଥିଲେ। ତେବେ ଏହି ସମୟରେ ସେହି ରାସ୍ତା ଦେଇ ଗଞ୍ଜାମ ଜିଲ୍ଲାପାଳ ଅମୃତ କୁଲାଗେଂ ଶେରଗଡ଼ରୁ ଏକ କାର୍ଯ୍ୟକ୍ରମ ସାରି ଫେରୁଥିଲେ। ଦୁର୍ଘଟଣା ଘଟିଥିବା ଦେଖି ଜିଲ୍ଲାପାଳ ମାନବିକତା ଦେଖାଇ ନିଜ ଗାଡ଼ିରେ ଆହତ ବ୍ୟକ୍ତିଙ୍କୁ ହିଞ୍ଜିଳି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।