ବ୍ରହ୍ମପୁର (ଜଗନ୍ନାଥ ସାହୁ): ଗଞ୍ଜାମ ଜିଲ୍ଲାରେ ପୁଣି ଫୁଟିଛି ଗୁଳି। ଗତଥର ପରି ଏଥର ମଧ୍ୟ ପୁଲିସ୍ ମାରିଛି ଏହି ଗୁଳି। ପୁଲିସ୍ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ଜିତୁ ସ୍ୱାଇଁ ଓରଫ ବାଦଲ ଆହତ ହୋଇଛି। ତା’ର ଡାହାଣ ଗୋଡ଼ରେ ଗୁଳି ବାଜିଛି। ଚିକିତ୍ସା ପାଇଁ ତାକୁ ମେଡିକାଲରେ ଭର୍ତ୍ତି କରିଛି ପୁଲିସ୍।
ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ-ଶେରଗଡ଼ ରାସ୍ତାର ଡେଙ୍ଗାପଦର ଛକରେ ପୁଲିସ୍ ଏହି ଏନ୍କାଉଣ୍ଟର କରିଛି।
ସୂଚନା ଅନୁସାରେ ଗତକାଲି ରାତି ପ୍ରାୟ ଗୋଟାଏ ବେଳେ ଜିତୁ ଓ ତା’ର ଅନ୍ୟ ଜଣେ ସହଯୋଗୀ ଶେରଗଡ଼ ରାସ୍ତାରେ ଯାଉଥିବା ପୁଲିସ୍କୁ ସୂଚନା ମିଳିଥିଲା। ଉଭୟଙ୍କୁ ଧରିବାକୁ ହିଞ୍ଜିଳି ଓ ଶେରଗଡ଼ ପୁଲିସ୍ ରାସ୍ତାକୁ ବ୍ଲକିଂ କରିଥିଲେ।
ରାସ୍ତାରେ ଜିତୁକୁ ଅଟକାଇବା ବେଳେ ସେ ପୁଲିସ୍ ଉପରକୁ ଗୁଳି ମାରି ଫେରାର ହୋଇଯିବାକୁ ଚେଷ୍ଟା କରିଥିଲା। ଏହାର ଜବାବରେ ପୁଲିସ୍ ମଧ୍ୟ ପଲଟା ଗୁଳି ମାରିଥିଲା।
ଜିତୁ ନାଁରେ ହତ୍ୟା ସମେତ ବିଭିନ୍ନ ଅପରାଧିକ ମାମଲା ରହିଛି। ପୁଲିସ ତା’ପାଖରୁ ଗୋଟିଏ ମାଉଜର, ମୋବାଇଲ୍ ସହ ବାଇକ୍ ଜବତ କରିଛି।
https://youtu.be/Mf0kuOG6tys
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଏଏସ୍ ବଦଳି: ଯସ୍ମିନ ପଟ୍ଟନାୟକ ଓଡ଼ିଆ ବିଶ୍ୱବିଦ୍ୟାଳୟ କୁଳସଚିବ, ମନୋଜ ପାଢ଼ୀ ଶିକ୍ଷକ ପ୍ରତିଷ୍ଠାନ ନିର୍ଦ୍ଦେଶକ
ବରିଷ୍ଠ ଓଏଏସ୍ ପୁରିନ୍ଦର ଧରୁଆଙ୍କୁ ଖାଦ୍ୟଯୋଗାଣ ଓ ଖାଉଟିକଲ୍ୟାଣ ବିଭାଗର ସ୍ୱତନ୍ତ୍ର ସଚିବ ଏବଂ ଓଏଏସ୍ ରୀନା ମହାପାତ୍ରଙ୍କୁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି ହୋଇଛି ।
Miscellaneous
୧.୩୬ଲକ୍ଷ କୋଟି ଟଙ୍କାର ଶିଳ୍ପପ୍ରକଳ୍ପକୁ ମଞ୍ଜୁରୀ ଦେଲେ ମୋହନ ସରକାର
ବିଜେପି ସରକାର କ୍ଷମତାକୁ ଆସିବା ପରେ ଦ୍ୱିତୀୟ ଏଚଏଲସିଏ ବୈଠକରେ ମଞ୍ଜୁରୀ। ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ରାଜ୍ୟରେ ୭୪୩୫୦ଟି ଅତିରିକ୍ତ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।
Miscellaneous
ପୁଣି ଆଳୁ ଅଟକାଇଲେ ମମତା, ବିଜେଡି-ବିଜେପି ଦୋଷ ଲଦାଲଦି
ଗତକାଲିଠୁ ସୀମାରେ ଅଟକିଛି ଶହ ଶହ ଆଳୁ ଗାଡ଼ି। ଆଳୁ ରପ୍ତାନୀ ଉପରେ କଟକଣା ଲଗାଇଛନ୍ତି ପଶ୍ଚିମବଙ୍ଗ ସରକାର। ପରସ୍ପର ଉପରେ ଦୋଷ ଲଦିଲେ ବିଜେଡି-ବିଜେପି।
Crime
କାର୍ ହେଡ୍ଲାଇଟ୍ରେ ହେଉଥିଲା ଗଞ୍ଜେଇ ଚାଲାଣ
କାର ହେଡ୍ ଲାଇଟ୍ ଓ ଡିକି ତଳେ ଗଞ୍ଜେଇ ଥିବା ଅବକାରୀ ବିଭାଗ ଜାଣିବାକୁ ପାଇଥିଲା। ପରେ କାର୍ ଲାଇଟ୍ ଖୋଲି ଗଞ୍ଜେଇ ଜବତ କରାଯାଇଥିଲା।
Miscellaneous
ଭୀମସାରରୁ ଚୋରି ନବଜାତ ଶିଶୁପୁତ୍ର ଉଦ୍ଧାର
ଘଟଣାରେ ସଂପୃକ୍ତ ମହିଳା ଓ ତାଙ୍କ ସ୍ୱାମୀ ଅଟକ। ଚୋରିର ଉଦ୍ଦେଶ୍ୟ ଜଣାପଡି ନାହିଁ, ଅଧିକ ତଦନ୍ତ କରୁଛି ପୁଲିସ।