Advertisment

OSRTC ଓ ଯାତ୍ରୀବାହୀ ବସ୍ ମୁହାଁମୁହିଁ ଧକ୍କା; ୧୨ ମୃତ, ୮ ଆହତ

ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି।

ଅଦ୍ୟତନ ହୋଇଛି
Ganjam Digapahandi Bus Accident

Accident

Advertisment

ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ଖେମୁଣ୍ଡି କଲେଜ ନିକଟରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। OSRTC ବସ୍ ଓ ଘରୋଇ ବସ୍‌ରେ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୧୨ ଜଣଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ୮ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକ ମଧ୍ୟରେ ୬ଜଣ ପୁରୁଷ,୪ ଜଣ ମହିଳା  ଓ ୨ଜଣ ଶିଶୁ ଥିବା ଜଣାପଡ଼ିଛି। 

Advertisment

ଗତକାଲି ରାତି ପ୍ରାୟ ଗୋଟାଏ ସମୟରେ ବ୍ରହ୍ମପୁରରୁ ବିବାହ ଭୋଜି ସାରି ଏକ  ବସ୍‌ରେ ହଖୁସିରେ ଖଣ୍ଡଦେଉଳି ଫେରୁଥିଲେ ବନ୍ଧୁବାନ୍ଧବ। ଏହି ସମୟରେ OSRTC ବସ୍‌ଟି ଗୁଡାରିରୁ ଭୁବନେଶ୍ୱର ଅଭିମୁଖେ ଫେରୁଥିଲା। ଖେମୁଣ୍ଡି କଲେଜ ନିକଟରେ ଦୁଇ ବସ୍ ମଧ୍ୟରେ  ମୁହାଁମୁହିଁ ଧକ୍କା ହୋଇଥିଲା।  

ଆମ୍ବୁଲାନ୍ସ ଓ ଦମକଳ ଗାଡ଼ି ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରିଛନ୍ତି। ଆହତଙ୍କ ମଧ୍ୟରେ ୬ ଜଣଙ୍କ ଅବସ୍ଥା ଗୁରୁତର ରହିଛି।  ଜଣଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ଦୁର୍ଘଟଣାସ୍ଥଳରେ ବ୍ରହ୍ମପୁର ଏସପି ଓ ତହସିଲଦାର ଉପସ୍ଥିତ ଅଛନ୍ତି। ଏକ ଘରୋଇ ବସ୍‌ରେ ୨୫ ଜଣ ଯାତ୍ରୀ  ଥିବା ସୂଚନା ଥିବା ବେଳେ OSRTC ବସ୍‌ କେତେଜଣ ଯାତ୍ରୀ ଥିଲେ ଜଣାପଡ଼ିନାହିଁ। ଦୁର୍ଘଟଣାରେ ଦୁଇଟି ବସ୍ ସମ୍ପୂର୍ଣ୍ଣ ଭାଙ୍ଗିରୁଜି ଯାଇଛି।

Advertisment

 ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କୁ ୩୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯାଇଛି। ଗଞ୍ଜାମ ଜିଲ୍ଲା ପ୍ରଶାସନର ତତ୍ତ୍ୱାବଧାନରେ ଆହତଙ୍କ ଚିକିତ୍ସା କରାଯାଉଥିବା ସ୍ୱତନ୍ତ୍ର ରିଲିଫ କମିଶନର ଟ୍ୱିଟ୍ କରି ସୂଚନା ଦେଇଛନ୍ତି।

Odisha Police Road Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe