Advertisment

ଦୁଇ ପରିବାର ମଧ୍ୟରେ ଗୋଷ୍ଠୀ ସଂଘର୍ଷ; ଜଣେ ମୃତ, ୩ଆହତ

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଘଟିଥିଲା।

Group clash

Group clash

Advertisment

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଘଟି ଜଣଙ୍କର ମୃତ୍ୟ ଘଟିଥିବା ବେଳେ ୩ଜଣ ଆହତ ହୋଇଛନ୍ତି। ଏପରି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ବ୍ଲକ ସହଦେବ ଟିକରପଡ଼ା ଗାଁରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ତୋଫାନ ଗୌଡ଼। ଆହତମାନେ ହେଲେ କାଳୁ ଗୌଡ଼,ଜ୍ୟୋତ୍ସ୍ନା ଗୌଡ଼ ଓ ପ୍ରତିମା ଗୌଡ଼। ସେମାନଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

Advertisment

ଗତକାଲି କୌଣସି କଥାକୁ ନେଇ ଦୁଇ ପରିବାର ମଧ୍ୟରେ ବଚସା ହୋଇଥିଲା। ପରେ ଏହି ବଚସା ଉଗ୍ର ରୂପ ନେଇଥିଲା। ଉଭୟ ପରିବାର ଲୋକେ ଠେଙ୍ଗା ଓ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଏଥିରେ ଉଭୟ ପରିବାରର ୪ ଜଣ ଆହତ ହୋଇଥିଲେ। ସେମାନଙ୍କୁ ଗୁରୁତର ଅବସ୍ଥାରେ  ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତୋଫାନଙ୍କର ମୃତ୍ୟୁ ଘଟିଥିଲା। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

Ganjam Group Clash
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe