ଉଦଳା(ମାନସ ପାଣି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ଜିଲ୍ଲା ଖୁଣ୍ଟା ଉଦ୍ୟାନ ବିଭାଗରେ କାର୍ଯ୍ୟରତ ମାଳୀ ଉଦ୍ଧବ ବେହେରାଙ୍କ ଘରେ ଭିଜିଲାନ୍ସ ଚଢ଼ଉ ହୋଇଛି। ଏକକାଳୀନ ୪ ଟି ସ୍ଥାନରେ ବାଲେଶ୍ୱର ଭିଜିଲାନ୍ସ ବିଭାଗର ଚାରୋଟି ଟିମ୍ ଚଢ଼ଉ କରିଛନ୍ତି।
ନୁଦଡିହାସ୍ଥିତ ଉଦ୍ଧବଙ୍କ ଶ୍ୱଶୁର ଘର, କପ୍ତିପଦାରେ ଥିବା ଫାର୍ମ ହାଉସ, ଉଦଳା ଉଦ୍ୟାନ ବିଭାଗ କାର୍ଯ୍ୟାଳୟ, କପ୍ତିପଦା ବ୍ଲକ ବଡାମପଦା ନିଜସ୍ୱ ବାସଭବନରେ ଚଢ଼ଉ ହୋଇଛି। ତେବେ ତାଙ୍କ ଘରର ମୂଲ୍ୟ ଆନୁମାନିକ ୨ କୋଟି ଟଙ୍କାରୁ ଅଧିକ ହେବ ବୋଲି ସୂଚନା ମିଳିଛି। ସେ ଉଦଳାରେ ଚାକିରି କରୁଥିବା ବେଳେ ବିଭିନ୍ନ ଦୁର୍ନୀତି ନେଇ ତାଙ୍କ ବିରୋଧରେ ପୂର୍ବରୁ ଅଭିଯୋଗ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।