ଘନୀଭୂତ ହେଉଛି ଲଘୁଚାପ: ୪୮ ଘଣ୍ଟା ମଧ୍ୟରେ ସାରା ରାଜ୍ୟକୁ ଛୁଇଁବ ମୌସୁମୀ

ଭୁବନେଶ୍ୱର: ପଶ୍ଚିମକେନ୍ଦ୍ର ବଙ୍ଗପସାଗରରେ ସୃଷ୍ଟି ହୋଇଯାଇଥିବା ଲଘୁଚାପ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହୋଇ ୱେଲମାର୍କ ଲୋ-ପ୍ରେସରରେ ପରିଣତ ହେବା ସହ ଡିପ୍ରେସନର ରୂପ ନେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହି ସମୟରେ ଘଣ୍ଟାକୁ ୫୦ରୁ […]

monsoon

Rakesh Mallick
  • Published: Saturday, 20 June 2015
  • , Updated: 20 June 2015, 01:42 AM IST

ଭୁବନେଶ୍ୱର: ପଶ୍ଚିମକେନ୍ଦ୍ର ବଙ୍ଗପସାଗରରେ ସୃଷ୍ଟି ହୋଇଯାଇଥିବା ଲଘୁଚାପ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହୋଇ ୱେଲମାର୍କ ଲୋ-ପ୍ରେସରରେ ପରିଣତ ହେବା ସହ ଡିପ୍ରେସନର ରୂପ ନେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହି ସମୟରେ ଘଣ୍ଟାକୁ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ସେଥିପାଇଁ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ କୁହାଯାଇଛି । ରାଜ୍ୟର ୧୧ଟି ଜିଲ୍ଲାରେ ଏବେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସମ୍ପୂର୍ଣ୍ଣ ଓ ୧୧ଟି ଜିଲ୍ଲାରେ ଆଂଶିକ ସକ୍ରିୟ ରହିଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଅବଶିଷ୍ଟ ଜିଲ୍ଲାରେ ମୌସୁମୀ ପହଞ୍ଚିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

Related story