ପୁରୀ: ବାଦାନୁବାଦ ମଧ୍ୟରେ ଶନିବାର ଶେଷ ହୋଇଛି ମହାପ୍ରଭୁଙ୍କ ଘୋଷଯାତ୍ରା ଆୟୋଜନର ଦ୍ୱିତୀୟ ସମନ୍ୱୟ କମିଟି ବୈଠକ। ରାସ୍ତାଘାଟ ନିର୍ମାଣରେ ବିଳମ୍ୱ, ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା ଆଦି ପ୍ରସଙ୍ଗକୁ ନେଇ ସଦସ୍ୟମାନେ ଉଦବେଗ ପ୍ରକାଶ କରିବା ସହ ହୋହାଲ୍ଲା କରିଥିଲେ। ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ ଅଭାବରୁ କାମ ବିଳମ୍ୱ ହେଉଥିବା ସେମାନେ ଅଭିଯୋଗ କରିଥିଲେ। ତେବେ ନିର୍ଦ୍ଧାରିତ ସମୟରେ କାମ ଶେଷ କରିବାକୁ ନବକଳେବର ଭିତ୍ତିଭୂମି ବିକାଶ କମିଟି ଅଧ୍ୟକ୍ଷ ନିର୍ଦ୍ଦେଶ ଦେଇଛନ୍ତି। ଆଜିର ବୈଠକରେ ରଥ ନିର୍ମାଣ, ରଥ ଦଉଡ଼ି ଓ ଘୋଷଯାତ୍ରା ଲାଗି ଆବଶ୍ୟକ ଅନ୍ୟ ଆବଶ୍ୟକ ଜିନିଷ ସଂପର୍କରେ ଆଲୋଚନା କରାଯାଇଥିଲା। ଅନ୍ୟପକ୍ଷରେ ରଥଯାତ୍ରା ନୀତି ଯେପରି ଶୃଙ୍ଖଳିତ ଭାବେ ଶେଷ ହେବ ସେଥିଲାଗି ଦଇତାପତି ନିଯୋଗ ଓ ଅନ୍ୟ ସେବାୟତଙ୍କ ସହ ଆଲୋଚନା କରାଯାଉଥିବା ଜିଲ୍ଲାପାଳ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଝାରସୁଗୁଡ଼ାରେ ତେଜୁଛି ରାଜନୀତି; କିରିମିରାରେ ହୋଇ ପାରିଲାନି ଅନାସ୍ଥା ଭୋଟିଂ
ଝାରସୁଗୁଡ଼ା ଜିଲ୍ଲାରେ ଆରମ୍ଭ ହୋଇଥିବା ପଲଟିକାଲ ହାଇଡ୍ରାମା ଅଧିକ ରୋଚକ ମୋଡ଼ ନେଇଛି। ବହୁ ଚେଷ୍ଟା ପରେ ବି କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଆଜି ଅନାସ୍ଥା ଭୋଟ ହୋଇ ପାରିନି।
Politics
‘ସୁଭଦ୍ରା ପୋର୍ଟାଲରେ OPT OUT ହୋଇଥିଲେ ପୁଣି କରିହେବ Log In’
OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ ଅପ୍ଟ ଇନର ବ୍ୟବସ୍ଥା କରାଯାଇଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।
Accident
ତେଲେଙ୍ଗାନାରେ ଟ୍ରକ୍କୁ ପିଟିଲା ବସ୍, ୪ ଓଡ଼ିଆ ମୃତ
ଏକ ଟ୍ରକ୍ ପଛରେ ଏକ ବସ୍ ପିଟି ହେବାରୁ ଏହି ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା ମିଳିଛି।
Accident
ଏସକେ ମାର୍ଟରେ ଲାଗିଲା ନିଆଁ, ଆଖି ପିଛୁଳାକେ ସବୁ ଜଳିଗଲା
ରାୟଗଡ଼ା ଏସକେ ମାର୍ଟରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ଲକ୍ଷାଧିକ ଟଙ୍କାର ଲୁଗା । କନଭେଣ୍ଟ ସ୍କୁଲ ଛକରେ ଥିବା ୪ ମହଲା ବିଶିଷ୍ଟ ଏସକେ ମାର୍ଟରେ ନିଆଁ ଲାଗିଛି ।
Events & Festivals
ଆଜି ଉଦଯାପିତ ହେବ ପ୍ରବାସୀ ଭାରତୀୟ ସମ୍ମେଳନ, ସାମିଲ ହେବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ସମ୍ମେଳନରେ ସାମିଲ ହେବା ଲାଗି ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗ ଦେବେ ମହାମହିମ।