ଖୋର୍ଦ୍ଧା(ବଳରାମ ଲେଙ୍କା): ଖୋର୍ଦ୍ଧା ଜିଲ୍ଲା ବାଘମାରୀ ହଟ୍ଟକେଶ୍ୱର ମହିଳା ମହାବିଦ୍ୟାଳୟ ପଛପଟ ଏକ ବିଲ ଭିତରୁ ଏକ ନବଜାତ ଶିଶୁ କନ୍ୟାକୁ ଉଦ୍ଧାର କରାଯାଇଛି। ଶିଶୁଟିକୁ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ଆଜି ଭୋରରେ ସ୍ଥାନୀୟ ଅଞ୍ଚଳର ଲିଲି ନାୟକ ନାମ୍ନୀ ମହିଳା ନିଜ ବିଲକୁ ଯାଉଥିଲେ। ଏହି ସମୟରେ ଶିଶୁର କାନ୍ଦ ଶୁଣି ଆଖପାଖ ଜାଗାରେ ଖୋଜାଖୋଜି କରିଥିଲେ। ତେବେ ବିଲରେ ଏକ ଶିଶୁକୁ ଦେଖି଼ ତାଙ୍କ ସ୍ୱାମୀଙ୍କୁ ଖବର ଦେଇଥିଲେ। ଏହାପରେ ସେମାନେ ଶିଶୁ କନ୍ୟାକୁ ଉଦ୍ଧାର କରିବା ସହ ୧୦୨ ଆମ୍ୱୁଲାନ୍ସ ଯୋଗେ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ।
ଅନ୍ୟପକ୍ଷରେ ଆଜି ଭୋରରେ ଏକ କାର୍ ବିଲ ନିକଟରେ କିଛି ସମୟ ଅଟକିବା ପରେ ଚାଲି ଯାଇଥିବା କିଛି ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି। କେହି କାର୍ରେ ଶିଶୁ କନ୍ୟାକୁ ଆଣି ବିଲରେ ପକାଇ ଦେଇ ଚାଲି ଯାଇଥିବା ଅନୁମାନ କରାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।