‘ରାସନ କାର୍ଡ ନଥିବା ଗରିବଙ୍କୁ ମାଗଣାରେ ଚାଉଳ ଓ ଡାଲି ଦିଅ’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ପାଇଁ ଲକ୍‌ଡାଉନ୍‌ ବେଳେ ଗରିବ ଓ ଅସହାୟ ଲୋକମାନଙ୍କୁ ମାଗଣା ଚାଉଳ ଓ ଡାଲି ଯୋଗାଇ ଦେବାକୁ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ ଦାବି କରିଛନ୍ତି। ଜାତୀୟ ଓ ରାଜ୍ୟ ଖାଦ୍ୟ ସୁରକ୍ଷାରେ ସାମିଲ ନଥିବା ଗରିବ ଲୋକମାନଙ୍କୁ ଜିଲ୍ଲା ଖଣିଜ ପାଣ୍ଠି ଓ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠିରୁ ସହାୟତା ଦେବାକୁ ସେ ପରାମର୍ଶ ଦେଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସେ ଏ ସମ୍ପର୍କରେ ଚିଠି ଲେଖି […]

dal

dal

Manoranjan Sial
  • Published: Wednesday, 15 April 2020
  • Updated: 15 April 2020, 06:26 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ପାଇଁ ଲକ୍‌ଡାଉନ୍‌ ବେଳେ ଗରିବ ଓ ଅସହାୟ ଲୋକମାନଙ୍କୁ ମାଗଣା ଚାଉଳ ଓ ଡାଲି ଯୋଗାଇ ଦେବାକୁ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ ଦାବି କରିଛନ୍ତି। ଜାତୀୟ ଓ ରାଜ୍ୟ ଖାଦ୍ୟ ସୁରକ୍ଷାରେ ସାମିଲ ନଥିବା ଗରିବ ଲୋକମାନଙ୍କୁ ଜିଲ୍ଲା ଖଣିଜ ପାଣ୍ଠି ଓ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠିରୁ ସହାୟତା ଦେବାକୁ ସେ ପରାମର୍ଶ ଦେଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସେ ଏ ସମ୍ପର୍କରେ ଚିଠି ଲେଖି କହିଛନ୍ତି ଯେ, କରୋନା ମହାମାରୀ ବିରୁଦ୍ଧରେ କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଜ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ସମସ୍ତେ ଏକ ମନ ନେଇ ଗରିବ ଓ ଅସହାୟ ଲୋକଙ୍କ ସହଯୋଗ କରୁଛନ୍ତି।

ଲକଡାଉନ୍ ଅବଧିରେ ମଧ୍ୟ ପ୍ରତ୍ୟେକ ଖଟିଖିଆ ପରିବାରଙ୍କୁ ଖାଦ୍ୟ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ଉଦ୍ୟମ କରୁଛନ୍ତି। ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ଗରିବ ଓ ଅସହାୟ ଲୋକଙ୍କୁ ଖାଦ୍ୟ ସୁରକ୍ଷା ସହ ଆର୍ଥିକ ସହାୟତା ଯୋଗାଇ ଦିଆଯାଉଛି । କିନ୍ତୁ ଓଡ଼ିଶାରେ କିଛି ଗରିବ ପରିବାର ଅଛନ୍ତି ଯେଉଁମାନେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଖାଦ୍ୟ ସୁରକ୍ଷା ଯୋଜନା ବାହାରେ ରହି ଅନେକ ସମସ୍ୟା ଭୋଗୁଛନ୍ତି। ତେଣୁ ଏହି ସମୟରେ ରାଜ୍ୟରେ ରାସନ କାର୍ଡ ପାଇନଥିବା ଗରିବ ପରିବାରକୁ ମାଗଣାରେ ଚାଉଳ ଓ ଡାଲି ଯୋଗାଇ ଦିଆଯିବା ଉଚିତ୍।

ରାଜ୍ୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି ଓ ଜିଲ୍ଲା ଖଣିଜ ପାଣ୍ଠି ଖର୍ଚ୍ଚର ନିୟମକୁ କେନ୍ଦ୍ର ସରକାର କୋହଳ କରି କରୋନା ମୁକାବିଲାରେ ବ୍ୟବହାର ପାଇଁ ପରାମର୍ଶ ଦେଇଥିବାରୁ ରାଜ୍ୟରେ ରାସନ କାର୍ଡ ନଥିବା ଗରିବ ଲୋକମାନଙ୍କୁ ମାଗଣା ଚାଉଳ ଓ ଡାଲି ଯୋଗାଇ ଦେବାର ବ୍ୟବସ୍ଥା କରିବାକୁ ସେ ଅନୁରୋଧ କରିଛନ୍ତି। ଯେଉଁମାନଙ୍କୁ ଏହି ସହାୟତା ଦିଆଯିବ ସେମାନଙ୍କର ତାଲିକା ପଞ୍ଚାୟତ କାର୍ଯ୍ୟାଳୟରେ ସମସ୍ତଙ୍କ ଅବଗତି ନିମନ୍ତେ ମଧ୍ୟ ଉଲ୍ଲେଖ କରାଯାଉ ବୋଲି ସେ ପରାମର୍ଶ ଦେଇଛନ୍ତି।

ସୂଚନାଯୋଗ୍ୟ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଅନ୍ତର୍ଗତ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ, ରାଜ୍ୟ ଖାଦ୍ୟ ସୁରକ୍ଷା ଆଇନରେ ମୁଣ୍ଡପିଛା ମାସକୁ ୫ କିଲୋ ଚାଉଳ ଓ କାର୍ଡ ପିଛା ୧ କିଲୋ ଡାଲି ମାଗଣାରେ ଯୋଗାଇ ଦିଆଯାଉଛି। ଏବେ ରାଜ୍ୟରେ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ୮୦.୨୬ ଲକ୍ଷ ପରିବାରର ୨.୮୬ କୋଟି ଲୋକ, ଅନ୍ତ୍ୟୋଦୟ ଅନ୍ନ ଯୋଜନାରେ ୧୨.୫୯ ପରିବାରର ୩୮.୬୪ ଲକ୍ଷ ଲୋକ ଓ ରାଜ୍ୟ ଖାଦ୍ୟ ଯୋଜନାରେ ୧.୧୬ ଲକ୍ଷ ପରିବାରର ୩.୭୮ ଲକ୍ଷ ଲୋକଙ୍କୁ ମାଗଣା ଚାଉଳ ଓ ଡାଲି ଯୋଗାଇ ଦିଆଯାଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story