Advertisment

ଜାମିନ ପାଇଲେ ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଠକେଇ ଓ ଅନ୍ୟାନ୍ୟ ମାମଲାରେ ଫସିଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଛି ସର୍ତ୍ତମୂଳକ ଜାମିନ। କ୍ରାଇମବ୍ରାଞ୍ଚ ପକ୍ଷରୁ ରୁଜୁ ମାମଲାରେ ହାଇକୋର୍ଟ ଆଜି ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ୫ ଲକ୍ଷ ଟଙ୍କା ଲେଖାଏଁ ୨ ଜଣ ଜାମିନଦାରଙ୍କ ବଦଳରେ ଶ୍ରୀ ପାଣିଗ୍ରାହୀଙ୍କୁ ଜାମିନ ମିଳିଛି। ତା’ସହିତ ୨୪ ଲକ୍ଷ ଟଙ୍କା ନଗଦ ଜମା କରିବାକୁ ମଧ୍ୟ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଦୀପଙ୍କୁ ଗତବର୍ଷ ଡିସେମ୍ବର ୪ ତାରିଖରେ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ। […]

ଅଦ୍ୟତନ ହୋଇଛି
ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ରେଡ୍‌

Pradeep Panigrahi

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଠକେଇ ଓ ଅନ୍ୟାନ୍ୟ ମାମଲାରେ ଫସିଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଛି ସର୍ତ୍ତମୂଳକ ଜାମିନ। କ୍ରାଇମବ୍ରାଞ୍ଚ ପକ୍ଷରୁ ରୁଜୁ ମାମଲାରେ ହାଇକୋର୍ଟ ଆଜି ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି।

Advertisment

୫ ଲକ୍ଷ ଟଙ୍କା ଲେଖାଏଁ ୨ ଜଣ ଜାମିନଦାରଙ୍କ ବଦଳରେ ଶ୍ରୀ ପାଣିଗ୍ରାହୀଙ୍କୁ ଜାମିନ ମିଳିଛି। ତା’ସହିତ ୨୪ ଲକ୍ଷ ଟଙ୍କା ନଗଦ ଜମା କରିବାକୁ ମଧ୍ୟ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ପ୍ରଦୀପଙ୍କୁ ଗତବର୍ଷ ଡିସେମ୍ବର ୪ ତାରିଖରେ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ। ତାଙ୍କ ବିରୋଧରେ ଦଫା ୪୧୯, ୪୨୦, ୪୬୭, ୪୬୮, ୪୬୯, ୪୭୧, ୧୨୦ ବି, IT ଆକ୍ଟ ୨୦୦୦ର ଦଫା ୬୬C ଓ Dରେ ମାମଲା ରୁଜୁ ହୋଇଛି।

Advertisment

ଟାଟା କମ୍ପାନୀରେ ଚାକିରି କରାଇଦେବାକୁ କହି ଭାବୀ ଜ୍ୱାଇଁ ଆକାଶ ପାଠକଙ୍କ ପାଇଁ ସେ ଟଙ୍କା ଆଦାୟ କରୁଥିଲେ ବୋଲି ଅଭିଯୋଗ ରହିଛି। ଏହା ସହିତ ଠକେଇ, ଜାଲିଆତି, ଅପରାଧିକ ଷଡ଼ଯନ୍ତ୍ର, ସାଇବର ଅପରାଧରେ ପ୍ରଦୀପଙ୍କୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ।

ଡିସେମ୍ବର ୩ ସଞ୍ଜ ବେଳେ ପ୍ରଦୀପ ପାଣିଗ୍ରାହୀଙ୍କୁ ତାଙ୍କ ସରକାରୀ ବାସଭବନରୁ କ୍ରାଇମବ୍ରାଞ୍ଚ ଉଠାଇ ନେଇଥିଲେ। ଏଥିପାଇଁ ନୋଟିସ୍‌ କରି ନଥିଲା। ଏହା କିଛି ସମୟ ପରେ କ୍ରାଇମବ୍ରାଞ୍ଚ ଟ୍ୱିଟ୍‌ କରିଥିଲା। ପ୍ରଦୀପଙ୍କୁ ଗିରଫ କରାଯାଇଥିବା କହିଥିଲା।

ଗିରଫ ହେବା ପୂର୍ବରୁ ଗତବର୍ଷ ନଭେମ୍ବର ମାସ ୨୯ ତାରିଖରେ ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀଙ୍କୁ ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କାର କରାଯାଇଥିଲା।

‘ଜନ ବିରୋଧୀ’ କାର୍ଯ୍ୟ ପାଇଁ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ତାଙ୍କୁ ବହିଷ୍କାର କରାଯାଇଥିବା ଦଳୀୟ ପ୍ରେସ୍ ରିଲିଜ୍‌ରେ କୁହାଯାଇଥିଲା।

Pradeep Panigrahi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe