ଜାମିନ ପାଇଁ ହାଇକୋର୍ଟ ଗଲେ ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। କ୍ରାଇମବ୍ରାଞ୍ଚ ଦ୍ୱାରା ଗିରଫ ହୋଇଥିବା ପ୍ରଦୀପ ଆଜି ଓକିଲଙ୍କ ମାଧ୍ୟମରେ ହାଇକୋର୍ଟରେ ଜାମିନ ପାଇଁ ଆବେଦନ କରିଛନ୍ତି। କ୍ରାଇମବ୍ରାଞ୍ଚ ଦ୍ୱାରା ଗିରଫ ହୋଇ ପ୍ରଦୀପ ପାଣିଗ୍ରାହୀ ଏବେ ୧୪ ଦିନିଆ ବିଚାର ବିଭାଗୀୟ ହେପାଜତରେ ଅଛନ୍ତି। ଗତ ୪ ତାରିଖ ସନ୍ଧ୍ୟା ବେଳେ ପ୍ରଦୀପଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା। ତାଙ୍କ ବିରୋଧରେ ଦଫା ୪୧୯, ୪୨୦, ୪୬୭, ୪୬୮, ୪୬୯, ୪୭୧, […]

yy

yy

Manoranjan Sial
  • Published: Friday, 11 December 2020
  • Updated: 11 December 2020, 07:28 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। କ୍ରାଇମବ୍ରାଞ୍ଚ ଦ୍ୱାରା ଗିରଫ ହୋଇଥିବା ପ୍ରଦୀପ ଆଜି ଓକିଲଙ୍କ ମାଧ୍ୟମରେ ହାଇକୋର୍ଟରେ ଜାମିନ ପାଇଁ ଆବେଦନ କରିଛନ୍ତି। କ୍ରାଇମବ୍ରାଞ୍ଚ ଦ୍ୱାରା ଗିରଫ ହୋଇ ପ୍ରଦୀପ ପାଣିଗ୍ରାହୀ ଏବେ ୧୪ ଦିନିଆ ବିଚାର ବିଭାଗୀୟ ହେପାଜତରେ ଅଛନ୍ତି।

ଗତ ୪ ତାରିଖ ସନ୍ଧ୍ୟା ବେଳେ ପ୍ରଦୀପଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା। ତାଙ୍କ ବିରୋଧରେ ଦଫା ୪୧୯, ୪୨୦, ୪୬୭, ୪୬୮, ୪୬୯, ୪୭୧, ୧୨୦ ବି,  IT ଆକ୍ଟ ୨୦୦୦ର ଦଫା ୬୬C ଓ Dରେ ମାମଲା ରୁଜୁ କରିଥିଲା କ୍ରାଇମବ୍ରାଞ୍ଚ। ଟାଟା କମ୍ପାନୀରେ ଚାକିରି କରାଇଦେବାକୁ କହି ଭାବୀ ଜ୍ୱାଇଁ ଆକାଶ ପାଠକଙ୍କ ପାଇଁ ପ୍ରଦୀପ ପାଣିଗ୍ରାହୀ ଟଙ୍କା ଆଦାୟ କରୁଥିବା ଅଭିଯୋଗ ଆସିଥିଲା। ଠକେଇ, ଜାଲିଆତି, ଅପରାଧିକ ଷଡ଼ଯନ୍ତ୍ର, ସାଇବର ଅପରାଧରେ ପ୍ରଦୀପଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos