Advertisment

ପୂଜା ପାଇଁ ଆଗୁଆ ଦରମା

ଦଶହରା ପରି ପାର୍ବଣ ୠତୁରେ ବିଭିନ୍ନ ସାମଗ୍ରୀ କିଣାକିଣି ହୋଇଥାଏ ଏବଂ ଏବର୍ଷ ସାରା ଦେଶରେ GST 2.0 ସଂସ୍କାର ପରେ ସାରା ଦେଶରେ ବଚତ୍ ଉତ୍ସବ ମଧ୍ୟ ପାଳନ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ଚଳିତ ମାସର ଦରମା  ୨୬ ତାରିଖ ସୁଦ୍ଧା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

author-image
Jitendra Garnayak
Lokaseva Bhawan

ଲୋକସେବା ଭବନ Photograph: (OR)

ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା । ଚଳିତ ସେପ୍ଟେମ୍ବର ମାସର ଦରମା ୨୬ ତାରିଖରେ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି ।

Advertisment

ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ମାସର ଶେଷ କାର୍ଯ୍ୟ ଦିବସରେ ଦରମା ମିଳୁଥିବା ବେଳେ, ଦୁର୍ଗାପୂଜା ପାଇଁ ଆସନ୍ତା ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଛୁଟି ରହିବ। ଦଶହରା ପରି ପାର୍ବଣ ୠତୁରେ ବିଭିନ୍ନ ସାମଗ୍ରୀ କିଣାକିଣି ହୋଇଥାଏ ଏବଂ ଏବର୍ଷ ସାରା ଦେଶରେ GST 2.0 ସଂସ୍କାର ପରେ ସାରା ଦେଶରେ ବଚତ୍ ଉତ୍ସବ ମଧ୍ୟ ପାଳନ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ଚଳିତ ମାସର ଦରମା  ୨୬ ତାରିଖ ସୁଦ୍ଧା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

କୋରାପୁଟ ଓ ମାଲକାନଗିରିରେ ଛୁଟି ବାତିଲ

ଦଶହରା ପାଇଁ ଆସନ୍ତା ୨୭ ତାରିଖରୁ ସରକାରୀ ଛୁଟି ଥିବା ବେଳେ କୋରାପୁଟ ଜିଲ୍ଲାରେ ୨୮ ଯାଏଁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍ କରାଯାଇଛି। ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଛୁଟି ବାତିଲ୍‌ କରିଛନ୍ତି କୋରାପୁଟ ଜିଲ୍ଲାପାଳ। ହେଡ୍‌ କ୍ୱାର୍ଟର୍ସ ନ ଛାଡ଼ିବା ପାଇଁ ସରକାରୀ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଜିଲ୍ଲାର ସମସ୍ତ ବିଡିଓ ଓ ତହସିଲଦାରଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ।

Advertisment

ସେହିପରି ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ମାଲକାନଗିରି ଜିଲ୍ଲାରେ ୨୮ ଯାଏଁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି ଜିଲ୍ଲାପାଳ। ଜିଲ୍ଲାପାଳଙ୍କ ଅନୁମତି ବିନା ମୁଖ୍ୟାଳୟ ନ ଛାଡ଼ିବା ପାଇଁ ଜିଲ୍ଲାର ସରକାରୀ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ। ଏହି ନିର୍ଦ୍ଦେଶନାମାକୁ ଅବମାନନା କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି। 

ସୂଚନାଯୋଗ୍ୟ, ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ବଙ୍ଗୋପସାଗର ଏବଂ ଓଡ଼ିଶା ନିକଟବର୍ତ୍ତୀ ଉପକୂଳ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ୨୫ ତାରିଖରେ ବଙ୍ଗୋପସାଗର ଉପରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି। ୨୭ରେ ଏହା ଅବପାତରେ ପରିଣତ ହୋଇ ଦକ୍ଷିଣ ଓଡ଼ିଶା ଓ ଆ‌ନ୍ଧ୍ରପ୍ରଦେଶ ଅତିକ୍ରମ କରିପାରେ। ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ଆକଳନ କରିଛି। 

GST