ଭୁବନେଶ୍ୱରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ତାଙ୍କ ପତ୍ନୀଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମୁଖ୍ୟଶାସନ ସଚିବ ଅସିତ ତ୍ରିପାଠୀ, ପୁଲିସ ଡିଜି ସତ୍ୟଜିତ ମହାନ୍ତି, ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସାଂସଦ ଜୁଏଲ୍‌ ଓରାମ, ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ପ୍ରମୁଖ ସ୍ୱାଗତ କରିଥିଲେ। ପରେ ରାଷ୍ଟ୍ରପତି […]

president

president

Manoranjan Sial
  • Published: Saturday, 07 December 2019
  • Updated: 07 December 2019, 08:17 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ତାଙ୍କ ପତ୍ନୀଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମୁଖ୍ୟଶାସନ ସଚିବ ଅସିତ ତ୍ରିପାଠୀ, ପୁଲିସ ଡିଜି ସତ୍ୟଜିତ ମହାନ୍ତି, ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସାଂସଦ ଜୁଏଲ୍‌ ଓରାମ, ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ପ୍ରମୁଖ ସ୍ୱାଗତ କରିଥିଲେ। ପରେ ରାଷ୍ଟ୍ରପତି ରାଜ୍ୟପାଳଙ୍କ ସହ ଗୋଟିଏ ଗାଡ଼ିରେ ରାଜ ଭବନ ଅଭିମୁଖେ ଯାଇଥିଲେ। ଆଜି ରାତିରେ ରାଷ୍ଟ୍ରପତି ରାଜଭବନରେ ରାତ୍ର ଯାପନ କରିବେ।

ଆସନ୍ତାକାଲି ସକାଳେ ରାଷ୍ଟ୍ରପତି ଖୋର୍ଦ୍ଧା ବରୁଣେଇ ଯିବେ। ସେଠାରେ ପାଇକ ବିଦ୍ରୋହର ୨୦୦ବର୍ଷ ପୂର୍ତ୍ତି ଅବସରରେ ସହିଦ ସ୍ମାରକୀର ଶିଳାନ୍ୟାସ କରିବେ। ମଧ୍ୟାହ୍ନରେ ଉତ୍କଳ ବିଶ୍ୱବିଦ୍ୟାଳୟରେ ଆୟୋଜିତ ହେବାକୁ ଥିବା ସ୍ୱତନ୍ତ୍ର ଉତ୍ସବରେ ଯୋଗଦେବେ। ସେଠାରେ ମଧ୍ୟାହ୍ନ ଭୋଜନ ସହ କିଛି ସମୟ ବିଶ୍ରାମ ନେବେ। ପରେ ସାଢ଼େ ୫ଟାରେ ରାଷ୍ଟ୍ରପତି ଦିଲ୍ଲୀ ଫେରିଯିବେ।

ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସେଥିପାଇଁ ଆଜି ବିମାନବନ୍ଦରରୁ ରାଜଭବନ ଯାଏଁ କାରକେଡ ଅଭ୍ୟାସ କରିଛି କମିଶନରେଟ୍ ପୁଲିସ। ସେପଟେ ଆଇଜି ପର୍ସୋନେଲ୍ ସୌମେନ୍ଦ୍ର ପ୍ରୟଦର୍ଶୀ ବରୁଣେଇ ଯାଇ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଆଜି ବରୁଣେଇ ଯାଇ ପ୍ରସ୍ତୁତିର ତଦାରଖ କରିଥିଲେ। ସେହିପରି ବାଣୀବିହାର ପରିସରରେ ମଧ୍ୟ ରାଷ୍ଟ୍ରପତିଙ୍କ ଆଗମନ ପୂର୍ବରୁ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ୍ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story