Advertisment

ମାତ୍ର ୧୦ ଦିନ ଖରାଛୁଟି; ଜାଣନ୍ତୁ କେବେଠୁ ହେବ ଲାଗୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଚଳିତ ବର୍ଷ ସ୍କୁଲ୍‌ର ଖରାଛୁଟି ଅବଧିକୁ କମାଇ ଦେଇଛନ୍ତି ରାଜ୍ୟ ସରକାର। ପ୍ରତି ବର୍ଷ ଦେଢ଼ ମାସରୁ ଊର୍ଦ୍ଧ୍ୱ ଦିନ ଧରି ଖରାଛୁଟି ହେଉଥିବା ବେଳେ ଏଥର ମାତ୍ର ୧୦ ଦିନରେ ଏହାକୁ ସୀମିତ ରଖାଯାଇଛି। ଜୁନ୍ ୬ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ସ୍କୁଲ୍‌ ଗୁଡ଼ିକୁ ଖରାଛୁଟି ଘୋଷଣା କରିବା ପାଇଁ ନିଷ୍ପତ୍ତି ନେଇଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ଏନେଇ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। କୋଭିଡ୍-୧୯ ଯୋଗୁ […]

ଅଦ୍ୟତନ ହୋଇଛି
‘ଗ୍ରୀଷ୍ମ ମୁକାବିଲା ପାଇଁ ସ୍କୁଲରେ ପିଇବା ପାଣି ଓ ଓଆରଏସ୍‌ ମହଜୁଦ ରଖ’  

School

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଚଳିତ ବର୍ଷ ସ୍କୁଲ୍‌ର ଖରାଛୁଟି ଅବଧିକୁ କମାଇ ଦେଇଛନ୍ତି ରାଜ୍ୟ ସରକାର। ପ୍ରତି ବର୍ଷ ଦେଢ଼ ମାସରୁ ଊର୍ଦ୍ଧ୍ୱ ଦିନ ଧରି ଖରାଛୁଟି ହେଉଥିବା ବେଳେ ଏଥର ମାତ୍ର ୧୦ ଦିନରେ ଏହାକୁ ସୀମିତ ରଖାଯାଇଛି। ଜୁନ୍ ୬ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ସ୍କୁଲ୍‌ ଗୁଡ଼ିକୁ ଖରାଛୁଟି ଘୋଷଣା କରିବା ପାଇଁ ନିଷ୍ପତ୍ତି ନେଇଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ଏନେଇ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି।

Advertisment

କୋଭିଡ୍-୧୯ ଯୋଗୁ ଗତ ୨ ବର୍ଷ ହେବ ପିଲାଙ୍କ ପାଠପଢ଼ା ବ୍ୟାହତ ହୋଇଥିଲା। ସେଥିପାଇଁ ଏଥର ପିଲାଙ୍କ ପାଠପଢ଼ାକୁ ଗୁରୁତ୍ୱ ଦେଇ ଖରାଛୁଟିକୁ କାଣ୍ଟଛାଣ୍ଟ କରାଯାଇଛି। ଏହା ସହିତ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ଅବ୍ୟାହତ ରହିବ। ତେବେ ସକାଳୁଆ ସ୍କୁଲ୍‌ ସମୟରେ ପରିବର୍ତ୍ତନ କରାଯାଇଛି, ଯାହା ମେ’ ପହିଲାରୁ ଲାଗୁ ହେବ। ମେ’ ୧ ତାରିଖରୁ ସକାଳ ୬ଟାରୁ ୯ଟା ପର୍ଯ୍ୟନ୍ତ ସ୍କୁଲ୍ ଚାଲିବ। ଜୁନ୍ ୫ ତାରିଖ ପର୍ଯ୍ୟନ୍ତ ଏହି ସମୟରେ ସ୍କୁଲ୍ ଚାଲିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି। ଉପଯୁକ୍ତ ହିତାଧିକାରୀଙ୍କୁ ରନ୍ଧା ଖାଦ୍ୟ ମଧ୍ୟ ଦିଆଯିବ ବୋଲି କୁହାଯାଇଛି।

ସେହିପରି ଏପ୍ରିଲ ୨୦ ତାରିଖ ସୁଦ୍ଧା ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ କ୍ଲାସ ପ୍ରମୋସନ କରାଯିବ। ହେଲେ ଏଥିନିମନ୍ତେ ପରୀକ୍ଷା କରାଯିବ ନା ବିନା ପରୀକ୍ଷାରେ ଛାତ୍ରଛାତ୍ରୀଙ୍କୁ କ୍ଲାସ ପ୍ରମୋସନ ମିଳିବ, ସେ ନେଇ ବିଭାଗ ପକ୍ଷରୁ ଜାରି ନିର୍ଦ୍ଦେଶରେ କିଛି ସ୍ପଷ୍ଟ ସୂଚନା ଦିଆଯାଇନାହିଁ।  ଏହାବାଦ୍‌ ଏପ୍ରିଲ ୨୦ରୁ ୩୦ ତାରିଖ ମଧ୍ୟରେ ପ୍ରଥମରୁ ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ନୂଆ ନାମଲେଖା ଓ ପୁନଃ ନାମଲେଖା ପ୍ରକ୍ରିୟା ସାରିବାକୁ ସ୍କୁଲଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି।

Advertisment

ଅନ୍ୟପକ୍ଷରେ ବିଭାଗ ପକ୍ଷରୁ ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ)ର ନୂଆ ମୂଲ୍ୟାୟନ ନୀତି ଅନୁସାରେ ନବମ ଶ୍ରେଣୀ ଛାତ୍ରଛାତ୍ରୀମାନେ ସମିଟିଭ ଆସେସମେଣ୍ଟ-୨ ପରୀକ୍ଷା ଦେବେ ବୋଲି ନିର୍ଦ୍ଦେଶ ଦିଆଯାଇଛି। ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସମିଟିଭ୍ ଆସେସମେଣ୍ଟ ପରୀକ୍ଷା ଓ ଫଳାଫଳ ଘୋଷଣା ସହ ଦଶମ ଶ୍ରେଣୀକୁ ଉନ୍ନୀତ କରିବା ପ୍ରକ୍ରିୟା ମେ’ ୧୦ତାରିଖ ସୁଦ୍ଧା ଶେଷ କରିବାକୁ କୁହାଯାଇଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe