ନବ ନିଯୁକ୍ତ ୬୧୩୧ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନିଯୁକ୍ତି ପାଇଥିବା ୬୧୩୧ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ଓରିଏଣ୍ଟେସନ୍‌ କାର୍ଯ୍ୟକ୍ରମ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇଛନ୍ତି। ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଶିକ୍ଷା ହେଉଛି ସମାଜର ସାମୁହିକ ଆଶା ଓ ଆକାଂକ୍ଷାର ପ୍ରତିଫଳନ। ଶିକ୍ଷା ବ୍ୟବସ୍ଥାର ଆତ୍ମା ଭାବରେ ଶିକ୍ଷକମାନଙ୍କୁ ମୁଖ୍ୟମନ୍ତ୍ରୀ ଅଭିହିତ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପିଲାମାନେ ହେଉଛନ୍ତି ଅନନ୍ତ ସମ୍ଭାବନାର ପ୍ରତୀକ। ସେମାନଙ୍କ ମଧ୍ୟରେ ନୂଆ ଆଶା ଜାଗ୍ରତ କରିବା, ସେମାନଙ୍କର କଳ୍ପନାକୁ ଶକ୍ତି […]

CM

Manoranjan Sial
  • Published: Thursday, 16 December 2021
  • , Updated: 16 December 2021, 10:06 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନିଯୁକ୍ତି ପାଇଥିବା ୬୧୩୧ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ଓରିଏଣ୍ଟେସନ୍‌ କାର୍ଯ୍ୟକ୍ରମ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇଛନ୍ତି। ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଶିକ୍ଷା ହେଉଛି ସମାଜର ସାମୁହିକ ଆଶା ଓ ଆକାଂକ୍ଷାର ପ୍ରତିଫଳନ। ଶିକ୍ଷା ବ୍ୟବସ୍ଥାର ଆତ୍ମା ଭାବରେ ଶିକ୍ଷକମାନଙ୍କୁ ମୁଖ୍ୟମନ୍ତ୍ରୀ ଅଭିହିତ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ପିଲାମାନେ ହେଉଛନ୍ତି ଅନନ୍ତ ସମ୍ଭାବନାର ପ୍ରତୀକ। ସେମାନଙ୍କ ମଧ୍ୟରେ ନୂଆ ଆଶା ଜାଗ୍ରତ କରିବା, ସେମାନଙ୍କର କଳ୍ପନାକୁ ଶକ୍ତି ଦେବା ଓ ଅଧ୍ୟୟନ ପ୍ରତି ଆଗ୍ରହ ସୃଷ୍ଟି କରିବାରେ ଶିକ୍ଷକମାନେ ପ୍ରମୁଖ ଭୂମିକା ଗ୍ରହଣ କରିଥାନ୍ତି। ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ସୃଜନୀଶକ୍ତିର ବିକାଶ ତଥା ଆତ୍ମବିଶ୍ୱାସ ବୃଦ୍ଧି ପାଇଁ କାମ କରିବାକୁ ମୁଖ୍ୟମନ୍ତ୍ରୀ ଶିକ୍ଷକମାନଙ୍କୁ ପରାମର୍ଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ୫-ଟି ହାଇସ୍କୁଲ ଟ୍ରାନ୍‌ସଫରେମେସନ କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ ସ୍କୁଲର ଭିତ୍ତିଭୂମିର ରୂପାନ୍ତର କରାଯାଇ ସ୍ମାର୍ଟ କ୍ଲାସ ରୁମ୍‌, ଇ-ଲାଇବ୍ରେରୀ, ଆଧୁନିକ ପରୀକ୍ଷାଗାର, ଉନ୍ନତ ପରିମଳ ବ୍ୟବସ୍ଥା, ଖେଳପଡିଆ ତଥା ସ୍କୁଲର ପରିବେଶକୁ ଶିକ୍ଷା ଅନୁକୂଳ କରିବା ପାଇଁ ସବୁ ପ୍ରକାର ପଦକ୍ଷେପ ନିଆଯାଇଛି। ଏପର୍ଯ୍ୟନ୍ତ ୧୦୭୫ଟି ସ୍କୁଲର ରୂପାନ୍ତରଣ ପ୍ରଥମ ପର୍ଯ୍ୟାୟରେ ଶେଷ ହୋଇଥିବା ବେଳେ ପର୍ଯ୍ୟାୟକ୍ରମେ ରାଜ୍ୟର ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ହାଇସ୍କୁଲର ରୂପାନ୍ତର କରାଯିବ। ଶିକ୍ଷା ବ୍ୟବସ୍ଥାରେ ଡିଜିଟାଲ ଜ୍ଞାନକୌଶଳର ପ୍ରୟୋଗକୁ ବର୍ତ୍ତମାନ ପରିସ୍ଥିତିରେ ଜରୁରୀ ଆବଶ୍ୟକତା ଭାବେ ବର୍ଣ୍ଣନା କରି ଏଥିପାଇଁ ଶିକ୍ଷକମାନଙ୍କୁ ସ୍ୱତନ୍ତ୍ର ତାଲିମ ଦିଆଯିବା ଉପରେ ସେ ଗୁରୁତ୍ୱ ଆରୋପ କରିଛନ୍ତି।

ସୂଚନାଯୋଗ୍ୟ ଯେ ମାତ୍ର ୪୭ ଦିନରେ ୬୧୩୧ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି ଦିଆଯାଇଛି। ସେମାନଙ୍କ ମଧ୍ୟରୁ ୨୨୩୬ କଳା ଶିକ୍ଷକ, ୧୭୭୯ ବିଜ୍ଞାନ ଶିକ୍ଷକ, ୮୨୯ ଜଣ ହିନ୍ଦୀ ଶିକ୍ଷକ, ୭୯୬ ଜଣ ସଂସ୍କୃତ ଶିକ୍ଷକ ଓ ୩ ଜଣ ତେଲୁଗୁ ଶିକ୍ଷକ ଅଛନ୍ତି।

Related story