Advertisment

ଜୁଲାଇ ୨୬ରେ ଖୋଲିବ ସ୍କୁଲ, ଚାଲିବ ଦଶମ ଓ ଦ୍ୱାଦଶ ଶ୍ରେଣୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସ୍କୁଲ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଦଶମ ଓ ଦ୍ୱାଦଶ ଶ୍ରେଣୀ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ହୋଇଛି। ଜୁଲାଇ ୨୬ ସୋମବାରଠାରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ଖୋଲିବ। ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁ। ସମସ୍ତ ସରକାରୀ ଏବଂ ବେସରକାରୀ ବିଦ୍ୟାଳୟ ଖୋଲିବ ବୋଲି ସେ କହିଛନ୍ତି। ଯେଉଁ ସ୍କୁଲରେ ମାଟ୍ରିକ ପରୀକ୍ଷା ସେଣ୍ଟର ହେଉଛି, ପରୀକ୍ଷା ପରେ ଖୋଲିବ। ଗଣଶିକ୍ଷା ସଚିବ କହିଛନ୍ତି-“ସ୍କୁଲକୁ ଆସିବା ପିଲାମାନଙ୍କର ଇଚ୍ଛାଧୀନ […]

ଅଦ୍ୟତନ ହୋଇଛି
ଏଣିକି ରବିବାର ପାଠପଢ଼ା ବନ୍ଦ

Sunday-School-class-Close

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସ୍କୁଲ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଦଶମ ଓ ଦ୍ୱାଦଶ ଶ୍ରେଣୀ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ହୋଇଛି। ଜୁଲାଇ ୨୬ ସୋମବାରଠାରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ଖୋଲିବ। ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁ। ସମସ୍ତ ସରକାରୀ ଏବଂ ବେସରକାରୀ ବିଦ୍ୟାଳୟ ଖୋଲିବ ବୋଲି ସେ କହିଛନ୍ତି। ଯେଉଁ ସ୍କୁଲରେ ମାଟ୍ରିକ ପରୀକ୍ଷା ସେଣ୍ଟର ହେଉଛି, ପରୀକ୍ଷା ପରେ ଖୋଲିବ।

Advertisment

ଗଣଶିକ୍ଷା ସଚିବ କହିଛନ୍ତି-“ସ୍କୁଲକୁ ଆସିବା ପିଲାମାନଙ୍କର ଇଚ୍ଛାଧୀନ ରହିବ। ଅଭିଭାବକମାନଙ୍କ ସହ ଆଲୋଚନା କରି ସ୍କୁଲକୁ ଆସିପାରିବେ ପିଲା। ଦଶମ ଓ ଦ୍ୱାଦଶ ସହ ଅନ୍ୟ ଶ୍ରେଣୀ ଅନଲାଇନ ଶିକ୍ଷା ଚାଲୁ ରହିବ।”

ସେ ଆହୁରି କହିଛନ୍ତି-“ସ୍କୁଲ ଖୋଲିବା ନିଷ୍ପତ୍ତି ସ୍ଥଳ ବିଶେଷରେ ଜିଲ୍ଲାପାଳଙ୍କ ଉପରେ ନ୍ୟସ୍ତ ରହିବ। ଯଦି କେଉଁଠି କେସ ବଢ଼ିବ, ସେଠି ଜିଲ୍ଲାପାଳଙ୍କ ଅନୁସାରେ ସ୍କୁଲ ଖୋଲିବ। ସ୍କୁଲ ସକାଳ ୧୦ଟାରୁ ଦିନ ୧ଟା ୩୦ ଯାଏ ଖୋଲିବ। ସ୍କୁଲରେ ଖେଳଛୁଟି ହେବନି। ପିଲା ଘରେ ଯାଇ ଖାଇ ପାରିବେ। ରବିବାର ଓ ସମସ୍ତ ସରକାରୀ ଛୁଟି ଦିନରେ ସ୍କୁଲ ବନ୍ଦ ରହିବ।”

Advertisment

ସେ ଆହୁରି କହିଛନ୍ତି-“ଏଣିକି ସିବିଏସ୍ଇ ଢାଞ୍ଚାରେ ନବମ ଓ ଦଶମ ପିଲାଙ୍କ ମୂଲ୍ୟାୟନ ହେବ। ନବମ ଓ ଦଶମରେ ବର୍ଷ ତମାମ ଆସେସମେଣ୍ଟ ପରୀକ୍ଷା ଚାଲିବ। ବର୍ଷକରେ ୪ଟି ଫର୍ମେଟିଭ୍‌ ଓ ୨ଟି ସବମିଟିଭ୍ ପରୀକ୍ଷା ହେବ। ହେବାକୁ ଥିବା ୪ଟି ଫର୍ମେଟିଭ୍‌ ସେପ୍ଟେମ୍ୱର ୨ୟ ସପ୍ତାହ, ନଭେମ୍ବର ପ୍ରଥମ ସପ୍ତାହ, ଜାନୁଆରୀ ୨ୟ ସପ୍ତାହ ଓ ମାର୍ଚ୍ଚ ୨ୟ ସପ୍ତାହରେ ହେବ। ଆସେସମେଣ୍ଟ ପରୀକ୍ଷା ସରିଲେ ହେବ ଫାଇନାଲ ପରୀକ୍ଷା। ଯଦି ପୁଣି କୋଭିଡ୍‌ ନେଇ ପରୀକ୍ଷା କରି ନହୁଏ, ସେହି ଅନୁସାରେ ରେଜଲ୍ଟ ପ୍ରକାଶ ପାଇବ। ଶ୍ରେଣୀ ଶିକ୍ଷକଙ୍କ ଦ୍ୱାରା ଆସେସମେଣ୍ଟ ଟେଷ୍ଟ ପରିଚାଳନା ହେବ।”

ଶ୍ରୀ ସାହୁ କହିଛନ୍ତି-“ମହାମାରୀ କୋଭିଡ୍‌ ପାଇଁ ସବୁ ବିଦ୍ୟାଳୟକୁ ବନ୍ଦ କରାଯାଇଥିଲା। ବର୍ତ୍ତମାନ ଧୀରେ ଧୀରେ କୋଭିଡ୍‌ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ସେହି ପରିପ୍ରେକ୍ଷୀରେ ବିଦ୍ୟାଳୟର ବିକଳ୍ପ ସ୍ୱରୂପ ଅନ୍‌ଲାଇନ୍‌ ଶିକ୍ଷା ବ୍ୟବସ୍ଥା କରାଯାଇଛି। ଏହି ସେବା ଓଡ଼ିଶାର ସବୁ ପିଲାଙ୍କ ପାଖରେ ପହଞ୍ଚି ପାରିନାହିଁ। ମୋବାଇଲ୍‌ କନେକ୍ଟିଭିଟିର ଅସୁବିଧା ପାଇଁ ସବୁ ପିଲାଙ୍କ ପାଖରେ ଅନ୍‌ଲାଇନ୍‌ ଶିକ୍ଷାଦାନ ପହଞ୍ଚି ପାରିନାହିଁ। ତେଣୁ ରାଜ୍ୟ ସରକାର ବିଦ୍ୟାଳୟ ଖୋଲିବାକୁ ନିଷ୍ପତ୍ତି ନେଉଛନ୍ତି।”

ଅଗଷ୍ଟ ୧୬ରୁ ଖୋଲିପାରେ ନବମ ଶ୍ରେଣୀ ପାଇଁ ସ୍କୁଲ

ଅଗଷ୍ଟ ୧୬ରୁ ଖୋଲିପାରେ ନବମ ଶ୍ରେଣୀ ପାଇଁ ସ୍କୁଲ। ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁ। ଦଶମ ଓ ଦ୍ୱାଦଶ ପରେ ନବମ ପାଇଁ ଆମେ ଧ୍ୟାନ ଦେଉଛୁ। ଯଦି ପରିସ୍ଥିତି ଠିକ ରହେ, ତେବେ ଅଗଷ୍ଟ ୧୬ରୁ ନବମ ଖୋଲିବ। ସେପ୍ଟେମ୍ୱର ୧୫ ତାରିଖରୁ ଏକାଦଶ ଶ୍ରେଣୀ ପାଠପଢ଼ା ଆରମ୍ଭ କରିବାକୁ ଯୋଜନା କରାଯାଉଛି ବୋଲି ଶ୍ରୀ ସାହୁ ସୂଚନା ଦେଇଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe