Odisha Flood update: ବନ୍ୟା ମୁକାବିଲା ପାଇଁ ୬ ଆଇଏଏସ୍‌ଙ୍କୁ ଦାୟିତ୍ୱ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଲଘୁଚାପ ଜନିତ ବର୍ଷାରେ କିଛି ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ତେଣୁ ବନ୍ୟା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୬ ଜଣ  ଆଇଏଏସ୍‌ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ମୁଖ୍ୟ ଶାସନ ସଚିବ ଟ୍ୱିଟ୍ କରି ଏ ସଂପର୍କରେ ସୂଚନା ଦେଇଛନ୍ତି।

ମୁଖ୍ୟ ଶାସନ ସଚିବଙ୍କ ସୂଚନା ଅନୁସାରେ ହେମନ୍ତ ଶର୍ମାଙ୍କୁ  କେନ୍ଦ୍ରାପଡ଼ା ଓ ଡି.କେ. ସିଂହଙ୍କୁ କଟକ ଜିଲ୍ଲା ଦାୟିତ୍ୱ ଦିଆଯାଇଛି। ସେହିପରି ବିଶାଲ ଦେବଙ୍କୁ ବାଲେଶ୍ୱର, ବିଷ୍ଣୁପଦ ସେଠୀଙ୍କୁ ଭଦ୍ରକ, ଭି.ଭି. ଯାଦବଙ୍କୁ ଯାଜପୁର ଓ ସତ୍ୟବ୍ରତ ସାହୁଙ୍କୁ ଜଗତସିଂହପୁର ଜିଲ୍ଲା ଦାୟିତ୍ୱ ଦିଆଯାଇଛି।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।