flood
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଲଘୁଚାପ ଜନିତ ବର୍ଷାରେ କିଛି ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ତେଣୁ ବନ୍ୟା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୬ ଜଣ ଆଇଏଏସ୍ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ମୁଖ୍ୟ ଶାସନ ସଚିବ ଟ୍ୱିଟ୍ କରି ଏ ସଂପର୍କରେ ସୂଚନା ଦେଇଛନ୍ତି।
ମୁଖ୍ୟ ଶାସନ ସଚିବଙ୍କ ସୂଚନା ଅନୁସାରେ ହେମନ୍ତ ଶର୍ମାଙ୍କୁ କେନ୍ଦ୍ରାପଡ଼ା ଓ ଡି.କେ. ସିଂହଙ୍କୁ କଟକ ଜିଲ୍ଲା ଦାୟିତ୍ୱ ଦିଆଯାଇଛି। ସେହିପରି ବିଶାଲ ଦେବଙ୍କୁ ବାଲେଶ୍ୱର, ବିଷ୍ଣୁପଦ ସେଠୀଙ୍କୁ ଭଦ୍ରକ, ଭି.ଭି. ଯାଦବଙ୍କୁ ଯାଜପୁର ଓ ସତ୍ୟବ୍ରତ ସାହୁଙ୍କୁ ଜଗତସିଂହପୁର ଜିଲ୍ଲା ଦାୟିତ୍ୱ ଦିଆଯାଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2020/08/flood-33300000000000.jpg)