ପୂଜା ପାଇଁ ଗାଇଡ୍‌ଲାଇନ୍ ଜାରି କଲେ ସରକାର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ପୂଜା ଗାଇଡ୍‌ଲାଇନ୍ ଜାରି କରିଛନ୍ତି। ଆଗକୁ ଦୁର୍ଗା ପୂଜା, କାଳୀ ପୂଜା ଓ ଲକ୍ଷ୍ମୀ ପୂଜା ଆସୁଥିବା ବେଳେ ଏସବୁର ପାଳନ ନେଇ ଗାଇଡ୍‌ଲାଇନ୍ ଜାରି କରିଛନ୍ତି ରାଜ୍ୟ ସରକାର। ଏହା ସହିତ ସେପ୍ଟେମ୍ବର, ଅକ୍ଟୋବର ଓ ନଭେମ୍ବର ମାସରେ ପଡ଼ିବାକୁ ଥିବା ଅନ୍ୟସବୁ ପୂଜା ପାଇଁ ମଧ୍ୟ ଏହି ଗାଇଡ୍‌ଲାଇନ୍ ଜାରି କରାଯାଇଛି। କୋରନାକୁ ଦୃଷ୍ଟିରେ ରଖି ସରକାର ଏହି ଗାଇଡ୍‌ଲାଇନ୍ ଜାରି କରିଛନ୍ତି। କ’ଣ ରହିଛି […]

odisha secretariat

Jitendra Garnayak
  • Published: Thursday, 10 September 2020
  • , Updated: 10 September 2020, 02:40 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ପୂଜା ଗାଇଡ୍‌ଲାଇନ୍ ଜାରି କରିଛନ୍ତି। ଆଗକୁ
ଦୁର୍ଗା ପୂଜା, କାଳୀ ପୂଜା ଓ ଲକ୍ଷ୍ମୀ ପୂଜା ଆସୁଥିବା ବେଳେ ଏସବୁର ପାଳନ ନେଇ ଗାଇଡ୍‌ଲାଇନ୍ ଜାରି କରିଛନ୍ତି ରାଜ୍ୟ ସରକାର। ଏହା ସହିତ ସେପ୍ଟେମ୍ବର, ଅକ୍ଟୋବର ଓ ନଭେମ୍ବର ମାସରେ ପଡ଼ିବାକୁ ଥିବା ଅନ୍ୟସବୁ ପୂଜା ପାଇଁ ମଧ୍ୟ ଏହି ଗାଇଡ୍‌ଲାଇନ୍ ଜାରି କରାଯାଇଛି। କୋରନାକୁ ଦୃଷ୍ଟିରେ ରଖି ସରକାର ଏହି ଗାଇଡ୍‌ଲାଇନ୍ ଜାରି କରିଛନ୍ତି।

କ’ଣ ରହିଛି ଗାଇଡ୍‌ଲାଇନ୍‌ରେ

  • ମଣ୍ଡପରେ ପୂଜା ପାଇଁ ଜିଲ୍ଲାପାଳ, କମିଶନରଙ୍କ ଠାରୁ ଅନୁମତି ଜରୁରୀ।
  • ଜିଲ୍ଲାମାନଙ୍କରେ ଜିଲ୍ଲାପାଳ, ଟ୍ୱିନସିଟିରେ ପୁଲିସ କମିଶନରଙ୍କ ଅନୁମତି ଲୋଡ଼ା।
  • କେବଳ ପରମ୍ପରା ବଜାୟ ରଖିବା ପାଇଁ ପୂଜା କରାଯାଇ ପାରିବ।
  • ସାଧାରଣ ଲୋକ ଭାଗନେଇ ପାରିବେନି, ଗହଳି ହୋଇପାରିବନି।
  • ପୂଜା ମଣ୍ଡପ ତିନି ପାର୍ଶ୍ୱରୁ ସଂପୂର୍ଣ୍ଣ ବନ୍ଦ ଓ ଚତୁର୍ଥ ପାର୍ଶ୍ୱ ଆଶିଂକ ବନ୍ଦ ରହିବ।
  • ଏମିତି ବନ୍ଦ ରହିବ ଯେମିତି ସାଧାରଣ ଲୋକ ପ୍ରତିମା ଦେଖି ପାରିବେନି।
  • ପୂଜା ମଣ୍ଡପରେ ସର୍ବସାଧାରଣ ଦର୍ଶନ ସଂପୂର୍ଣ୍ଣ ବନ୍ଦ ରହିବ।
  • ମଣ୍ଡପରେ ମୂର୍ତ୍ତି ଗୁଡ଼ିକର ଉଚ୍ଚତା ୪ ଫୁଟରୁ କମ୍ ରହିବ।
  • ମଣ୍ଡପରେ କର୍ତ୍ତା ଏବଂ ବ୍ରାହ୍ମଣଙ୍କୁ ମିଶାଇ ୭ ଜଣରୁ ଅଧିକ ରହିବେନି।
  • ମଣ୍ଡପରେ ଉପସ୍ଥିତ ସମସ୍ତେ ସାମାଜିକ ଦୂରତ୍ୱ, ମାସ୍କ ଆଦି ମାନିବାକୁ ବାଧ୍ୟ।
  • ଭସାଣ ଉତ୍ସବ ହେବନି, କୃତ୍ରିମ ପୋଖରୀରେ ମୂର୍ତ୍ତି ବିସର୍ଜନ କରାଯିବ।
  • କୌଣସି ସଂଗୀତ ବା ମନୋରଂଜନ କାର୍ଯ୍ୟକ୍ରମ କରାଯାଇ ପାରିବନି।
  • ଗାଇଡ୍‌ଲାଇନ୍ ଭଙ୍ଗ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

Related story