ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଭିନ୍ନ କୃଷକ ସଂଗଠନ ପକ୍ଷରୁ ଆସନ୍ତାକାଲି ଭାରତ ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନିଜର ସମସ୍ତ ସରକାରୀ ଅଫିସ ବନ୍ଦ ପାଇଁ ନିଷ୍ପତ୍ତି ନେଇଛନ୍ତି। କରୋନା ମହାମାରୀ ଯୋଗୁ ଗମନାଗମନ ଓ ପରିବହନରେ ଅସୁବିଧା ହେବାର ଆଶଙ୍କା ଦର୍ଶାଇ ଏଭଳି ନିଷ୍ପତ୍ତି ନେଇଛନ୍ତି। ଆସନ୍ତାକାଲି ରାଜ୍ୟ ସରକାରଙ୍କ ସମସ୍ତ ଅଫିସ ବନ୍ଦ ରହିଲେ ମଧ୍ୟ ଅତ୍ୟାବଶ୍ୟକ ଜରୁରୀ ସରକାରୀ ସେବା ବଜାୟ ରହିବ ବୋଲି କୁହାଯାଇଛି।
ଉଲ୍ଲେଖଯୋଗ୍ୟ, କେନ୍ଦ୍ର ସରକାରଙ୍କ ୩ଟି କୃଷି ଆଇନକୁ ବିରୋଧ କରି ଆସନ୍ତାକାଲି ଭାରତ ବନ୍ଦ ଡାକରା ଦିଆଯାଇଥିଲେ ମଧ୍ୟ ରାଜ୍ୟରେ କ୍ଷମତାସୀନ ବିଜେଡି ଏପର୍ଯ୍ୟନ୍ତ ବନ୍ଦକୁ ସମର୍ଥନ କି ବିରୋଧ କରିବ ସେନେଇ କିଛି ନିଷ୍ପତ୍ତି ଜଣାଇନାହିଁ। ମାତ୍ର ପରୋକ୍ଷରେ ବନ୍ଦକୁ ସମର୍ଥନ କରିବା ପାଇଁ ରାଜ୍ୟ ସରକାର ନିଜର ସମସ୍ତ ସରକାରୀ ଅଫିସକୁ ବନ୍ଦ ଘୋଷଣା କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।