କଟକ(ଓଡ଼ିଶା ରିପୋର୍ଟର): କଟକସ୍ଥିତ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟରେ ଓଡ଼ିଶାର ଛାତ୍ରଛାତ୍ରୀଙ୍କୁ ମିଳୁନି ସଂରକ୍ଷଣ ସୁବିଧା। ବର୍ଷେ ପୂର୍ବେ ଏଥିନିମନ୍ତେ ରାଜ୍ୟ ସରକାର ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଚିଠି ଲେଖିଥିଲେ ମଧ୍ୟ କୌଣସି ଉତ୍ତର ମିଳି ପାରି ନାହିଁ।
ଆମ ରାଜ୍ୟ ଛାତ୍ରଛାତ୍ରୀଙ୍କ ଲାଗି ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ସ୍ନାତକ ଶିକ୍ଷାରେ ୨୫ ପ୍ରତିଶତ ଆସନ ସଂରକ୍ଷଣ ନିମନ୍ତେ ରାଜ୍ୟ ସରକାର ବର୍ଷେ ପୂର୍ବେ ଦାବି ଜଣାଇଥିଲେ । ସ୍ନାତକ ଶିକ୍ଷା ଲାଗି ଦ୍ୱାଦଶ ଶ୍ରେଣୀରେ ୬୦ ପ୍ରତିଶତରୁ ଅଧିକ ମାର୍କ ରଖିଥିବା ୨୫ ପ୍ରତିଶତ ପିଲାଙ୍କ ଲାଗି ସ୍ଥାନ ସଂରକ୍ଷଣ କରିବାକୁ ଗତବର୍ଷ ବିଶ୍ୱବିଦ୍ୟାଳୟ କୁଳପତିଙ୍କୁ ଚିଠି ଲେଖିଥିଲେ ସରକାର ।
କିନ୍ତୁ ଏହା ଭିତରେ ଗୋଟିଏ ବର୍ଷ ବିତିଯାଇଥିଲେ ବି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କୌଣସି ପଦକ୍ଷେପ ନେଇନଥିବା ଏବଂ ଚିଠିର ଉତ୍ତର ବି ଦେଇନଥିବା ଉଲ୍ଲେଖ କରାଯାଇଛି ।
ତେଣୁ ଏ ପ୍ରସଙ୍ଗ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର କାର୍ଯ୍ୟକାରୀ ପରିଷଦର ଦୃଷ୍ଟିକୁ ଆଣିବାକୁ ସରକାର ଚିଠି ମାଧ୍ୟମରେ ନିବେଦନ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।