ଅନୁଗୋଳ(ବିରଜା ଦାଶ): ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ବ୍ଲକ୍ ଅନ୍ତର୍ଗତ ପାଟକୁମଣ୍ଡା ଗାଁରେ ହେବାକୁ ଯାଉଥିବା ବାଲ୍ୟ ବିବାହ ରୋକିବାରେ ସଫଳ ହୋଇଛି ପ୍ରଶାସନ। ବିବାହ ପୂର୍ବରୁ ହିଁ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ, ମଣ୍ଡଳ ପରିଦର୍ଶିକା ଓ ଛେଣ୍ଡିପଦା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଉଭୟ ବର-କନ୍ୟାର ପରିବାର ସଦସ୍ୟଙ୍କୁ ବୁଝାଇ ସୁଝାଇ ବାହାଘରକୁ ଅଟକାଇଛନ୍ତି।
ସୂଚନାଅନୁସାରେ, ଗତକାଲି ପାଟକୁମଣ୍ଡା ଗାଁର ଜଣେ ଯୁବକଙ୍କ ବିବାହ ଜଣେ ନାବାଳିକାଙ୍କ ସହ ସ୍ଥିର ହୋଇଥିଲା। ଏହି ବାହାଘର ପାଟକୁମଣ୍ଡା ଗାଁ ମନ୍ଦିରରେ ହୋଇଥାଆନ୍ତା। ତେବେ ବାଲ୍ୟ ବିବାହ ହେଉଥିବା ଖବର ପାଇ ଛେଣ୍ଡିପଦା ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ, ମଣ୍ଡଳ ପରିଦର୍ଶିକା ଓ ଛେଣ୍ଡିପଦା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚିଥିଲେ। ଏହାସହ ଉଭୟ ପୁଅ ଏବଂ ଝିଅଙ୍କ ପରିବାର ଲୋକଙ୍କୁ ବୁଝାସୁଝା କରିଥିଲେ। ତେବେ ଦୁଇ ପରିବାର ବିବାହ ନକରିବା ପାଇଁ ସହମତ ହୋଇଥିଲେ। ଏଥିସହ ଝିଅର ବୟସ ୧୮ ନହେବା ପର୍ଯ୍ୟନ୍ତ ବିବାହ କରିପାରିବେ ନାହିଁ ବୋଲି ଉଭୟ ପରିବାର ଚୁକ୍ତିନାମା କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍, ପ୍ରଶାସନ ଓ ପୁଲିସକୁ ଖୋଲା ଚ୍ୟାଲେଞ୍ଜ
ଶ୍ରୀମନ୍ଦିର ଉପରେ ପ୍ରାୟ ଅଧଘଣ୍ଟା ଧରି ଡ୍ରୋନ୍ ଉଡ଼ିଲା, ଆଉ ଲୋକେ ଏସବୁକୁ ଦେଖିପାରିଲେ। ହେଲେ ନା ପୁଲିସ୍ ନା ଶ୍ରୀମନ୍ଦିର ପ୍ରଶାସନର କୌଣସି ଅଧିକାରୀ କେହି ଏସମ୍ପର୍କରେ ଟିକିଏ ବି ଟେର ପାଇଲେନି।
Miscellaneous
ପ୍ରବାସୀ ଭାରତୀୟ ଦିବସ: ସଜେଇ ହେଲାଣି ଜନତା ମଇଦାନ, ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିଜିପି
ପ୍ରବାସୀ ଭାରତୀୟଙ୍କ ମନ ମୋହିବାକୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତକଳାରେ ସଜେଇ ହେଲାଣି ଜନତା ମଇଦାନରେ ଓଡ଼ିଶା ପାଭିଲିୟନ। ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ପୁଲିସ୍ ଡିଜି।
Politics
ବିଜେଡିରେ ଦ୍ୱିତୀୟ ଓ ତୃତୀୟ ପିଢ଼ିର ନେତାଙ୍କ ଭିତରେ ବିବାଦ!
କିଛି ଦିନ ତଳେ ପୂର୍ବତନ ବିଧାୟକଙ୍କ ପୁଅମାନେ ମେଳି କରିଥିବା ନଜରକୁ ଆସିଥିଲା। ଯେଉଁଥିରେ ଥିଲେ ସମ୍ବିତ ରାଉତରାୟ, ରୁଦ୍ର ମହାରଥୀ, ବିଷ୍ଣୁବ୍ରତ ରାଉତରାୟ, ଚନ୍ଦ୍ରସାରଥି ବେହେରା, ଅଂଶୁମାନ ମହାନ୍ତି, ପ୍ରଣବ ବଳବନ୍ତରାୟ ପ୍ରମୁଖ।
Miscellaneous
ଆରମ୍ଭ ହେଲା ସହିଦ ମାଧୋ ସିଂ ହାତ ଖର୍ଚ୍ଚ
ସହିଦ ମାଧୋ ସିଂ ହାତ ଖର୍ଚ୍ଚ ବାବଦକୁ ଟଙ୍କା ସିଧା ବ୍ୟାଙ୍କ ଆକାଉଣ୍ଟକୁ ଯିବ। ଶୈକ୍ଷିକ ବାତାବରଣ ଓ ଆଦିବାସୀ ଛାତ୍ରଛାତ୍ରୀଙ୍କ ଶିକ୍ଷାର ମାନକୁ ବଢ଼ାଇବାକୁ ଏହି ପ୍ରୋତ୍ସାହନ ରାଶି ପ୍ରଦାନ ବ୍ୟବସ୍ଥା କରାଯାଇଛି।
Politics
ବିଜେଡି ନେତାଙ୍କ ମୂଷା ଉପାକ୍ଷାନ
ମୂଷା ବଂଶ କ’ଣ ଲୋପ୍ କରାଯାଇପାରିବ ନାହିଁ କି ପ୍ରଶ୍ନରେ ସମ୍ୱିତ କହିଛନ୍ତି, ମୂଷା ବଂଶ କ’ଣ ନିପାତ ହୋଇପାରିବ? କାରଣ ସେମାନଙ୍କର ପ୍ରଜନନ କ୍ଷମତା ଅଧିକ। ତେଣୁ ସେମାନେ ରହିବେ। ସେମାନଙ୍କ ବଂଶ ଲୋକ କରିହେବନି।