Advertisment

ବାୟୋ ବବଲ୍‌ ସୁରକ୍ଷା ବଳୟ ଭିତରେ ଚାଲିବ ରଥ ନିର୍ମାଣ କାର୍ଯ୍ୟ

ପୁରୀ (ଓଡ଼ିଶା ରିପୋର୍ଟର): ପୁରୀରେ ବାୟୋ ବବଲ୍ ସୁରକ୍ଷା ବଳୟ ଭିତରେ ଚାଲିବ ରଥ ନିର୍ମାଣ କାର୍ଯ୍ୟ। ରଥକାମରେ ନିୟୋଜିତ ସେବାୟତଙ୍କ ଭିତରେ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନେଇଛି ଶ୍ରୀମନ୍ଦିର ପ୍ରଶାସନ। ବାୟୋ-ବବଲ୍‌ର ଅର୍ଥ କିଛି ନିର୍ଦ୍ଦିଷ୍ଟ ଲୋକଙ୍କ ଚାରିପଟେ ଏଭଳି ଏକ ସୁରକ୍ଷିତ ବଳୟ ବା ଅଦୃଶ୍ୟ କବଚ ସୃଷ୍ଟି କରାଯିବ, ଯେଉଁଠିକୁ ସଂକ୍ରମଣ ଭେଦ କରିପାରିବ ନାହିଁ। ଯେଉଁମାନେ ସେହି ବଳୟ ଭିତରେ ରହିବେ, ସେମାନଙ୍କୁ ଉଦ୍ଦିଷ୍ଟ ଏସ୍ଓପି […]

ଅଦ୍ୟତନ ହୋଇଛି
ବାୟୋ ବବଲ୍‌ ସୁରକ୍ଷା ବଳୟ ଭିତରେ ଚାଲିବ ରଥ ନିର୍ମାଣ କାର୍ଯ୍ୟ

Rathakhala

Advertisment

ପୁରୀ (ଓଡ଼ିଶା ରିପୋର୍ଟର): ପୁରୀରେ ବାୟୋ ବବଲ୍ ସୁରକ୍ଷା ବଳୟ ଭିତରେ ଚାଲିବ ରଥ ନିର୍ମାଣ କାର୍ଯ୍ୟ। ରଥକାମରେ ନିୟୋଜିତ ସେବାୟତଙ୍କ ଭିତରେ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନେଇଛି ଶ୍ରୀମନ୍ଦିର ପ୍ରଶାସନ।

Advertisment

ବାୟୋ-ବବଲ୍‌ର ଅର୍ଥ କିଛି ନିର୍ଦ୍ଦିଷ୍ଟ ଲୋକଙ୍କ ଚାରିପଟେ ଏଭଳି ଏକ ସୁରକ୍ଷିତ ବଳୟ ବା ଅଦୃଶ୍ୟ କବଚ ସୃଷ୍ଟି କରାଯିବ, ଯେଉଁଠିକୁ ସଂକ୍ରମଣ ଭେଦ କରିପାରିବ ନାହିଁ।

ଯେଉଁମାନେ ସେହି ବଳୟ ଭିତରେ ରହିବେ, ସେମାନଙ୍କୁ ଉଦ୍ଦିଷ୍ଟ ଏସ୍ଓପି ଗୁଡ଼ିକୁ କଡ଼ାକଡ଼ି ଅନୁସରଣ କରିବାକୁ ପଡ଼ିବ। ସେମାନେ ସଂକ୍ରମଣରୁ ବର୍ତ୍ତିବାକୁ ଘରକୁ ଯାଇପାରିବେନି। ସେହିପରି ପରିବାର ଲୋକ କିମ୍ବା ଅନ୍ୟ କାହାରି ସଂସ୍ପର୍ଶରେ ଆସିପାରିବେ ନାହିଁ।

Advertisment

ସୂଚନାଯୋଗ୍ୟ, ରଥଖଳାରେ ନିୟୋଜିତ ୮୮ ଜଣ ସେବାୟତଙ୍କ ଭିତରୁ ୮ ଜଣଙ୍କ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ସେମାନଙ୍କ ମଧ୍ୟରେ ୩ ଜଣ ମହାରଣା ଓ ୫ ଜଣ ଭୋଇ ସେବାୟତ ଅଛନ୍ତି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Puri Shreemandir Rathayatra 2021
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe