ଘର ମରାମତି କରିବାକୁ ସରକାର ଦେବେ ଟଙ୍କା, ଖର୍ଚ୍ଚ ହେବ ୧୪୪୪ କୋଟି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଘର ମରାମତି କରିବାକୁ ରାଜ୍ୟ ସରକାର ଦେବେ ଟଙ୍କା। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ବିଜୁ ପକ୍କା ଘର ପାଇଥିବା ହିତାଧିକାରୀଙ୍କୁ ମରାମତି ଖର୍ଚ୍ଚ ବାବଦକୁ ୩ ହଜାର ଟଙ୍କା ମିଳିବ। ନିର୍ମାଣ ଶ୍ରମିକ ପକ୍କା ଘର ହିତାଧିକାରୀମାନେ ବି ଏଥିରୁ ଉପକୃତ ହେବେ। ସେମାନଙ୍କୁ ବି ଘର ମରାମତି ପାଇଁ ୩ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ। ସେହିଭଳି ଖଣି ଅଞ୍ଚଳ […]

Awas Yojana

Jitendra Garnayak
  • Published: Tuesday, 21 December 2021
  • , Updated: 21 December 2021, 07:47 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଘର ମରାମତି କରିବାକୁ ରାଜ୍ୟ ସରକାର ଦେବେ ଟଙ୍କା। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ବିଜୁ ପକ୍କା ଘର ପାଇଥିବା ହିତାଧିକାରୀଙ୍କୁ ମରାମତି ଖର୍ଚ୍ଚ ବାବଦକୁ ୩ ହଜାର ଟଙ୍କା ମିଳିବ। ନିର୍ମାଣ ଶ୍ରମିକ ପକ୍କା ଘର ହିତାଧିକାରୀମାନେ ବି ଏଥିରୁ ଉପକୃତ ହେବେ। ସେମାନଙ୍କୁ ବି ଘର ମରାମତି ପାଇଁ ୩ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ।

ସେହିଭଳି ଖଣି ଅଞ୍ଚଳ ପକ୍କା ଘର ଯୋଜନା ହିତାଧିକାରୀଙ୍କୁ ବି ଏହି ସହାୟତା ମିଳିବ। କେନ୍ଦ୍ରୀୟ ଯୋଜନାରେ ଘର ପାଇବାରୁ ବଞ୍ଚିତ ଲୋକଙ୍କୁ ଘର ମରାମତି କରିବାକୁ ୫ ହଜାର ଟଙ୍କା ଲେଖାଏଁ ମିଳିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ସେ କହିଛନ୍ତି, ଉଭୟ ସହାୟତା ରାଶି ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯିବ। ଏଥିରୁ ୩୦ ଲକ୍ଷ ପରିବାର ଉପକୃତ ହେବେ। ଆଉ ଏଥିପାଇଁ ରାଜ୍ୟ ସରକାର ଖର୍ଚ୍ଚ କରିବେ ୧୪୪୪ କୋଟି ଟଙ୍କା।

ସୂଚନାଯୋଗ୍ୟ, ଆଜି କ୍ୟାବିନେଟ୍ ବୈଠକ ପରେ ପରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଥିଲେ। ଏନେଇ କ୍ୟାବିନେଟ୍‌ରେ ନିଷ୍ପତ୍ତି ହୋଇଥିବା ସେ କହିଥିଲେ।

Related story