ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ଜରିମାନା ଆଦାୟ କରାଯିବ ବୋଲି ଆଜି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ କହିଛନ୍ତି।
ସେ କହିଛନ୍ତି, ପ୍ରଥମ ତିନି ଥର ଭୁଲ୍ ପାଇଁ ଦୁଇ ଶହ ଟଙ୍କା ଲେଖାଏଁ ଜରିମାନା କରାଯିବ। ତିନି ଥର ପରେ ପୁଣି ଭୁଲ୍ କଲେ ଜରିମାନା ପରିମାଣ ପାଞ୍ଚ ଶହକୁ ବଢ଼ିବ।
ମୁଖ୍ୟ ଶାସନ ସଚିବ ଆହୁରି କହିଛନ୍ତି, ସର୍ବସାଧାରଣ ଜାଗାରେ ଛେପ ପକାଇଲେ ବ୍ଲକ ସଂପ୍ରସାରଣ ଅଧିକାରୀ, ଅତିରିକ୍ତ ତହସିଲଦାର, ପୁଲିସ୍ ଏଏସ୍ଆଇ ଓ ମ୍ୟୁନିସପାଲିଟି ୱାର୍ଡ ଅଫିସର ଫାଇନ୍ କରିବେ। ଏହି ନିୟମ ସାରା ରାଜ୍ୟରେ ଲାଗୁ କରାଯିବ।
ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୧୯ ସୁସ୍ଥ ହୋଇଛନ୍ତି ଓ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୪୦ ଜଣ ବିଭିନ୍ନ ହସ୍ପିଟାଲରେ ଚିକତ୍ସାଧୀନ ଅଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।