କାମାକ୍ଷାନଗର(ରାକେଶ ଦେହୁରୀ): ଢେଙ୍କାନାଳ ଜିଲ୍ଲା ଭୁବନରେ ଦଶହରା ବଳଦ ଯାତ୍ରାବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ପରିସ୍ଥିତି ନିୟନ୍ତ୍ରଣ ଲାଗି ପୁଲିସକୁ ଲାଠିଚାର୍ଜ କରିବାକୁ ପଡ଼ିଛି।
ଦଶହରା ପର ରାତିରେ ବଳଦ ଯାତ୍ରା ଚାଲିଥିବାବେଳେ, ସକାଳୁ ସକାଳୁ ବସ୍ଷ୍ଟାଣ୍ଡ ପାଖ ଅରାସାହି ଓ ହରିଜନ ସାହି ମଧ୍ୟରେ ବିବାଦ ଦେଖା ଦେଇଥିଲା। ବିବାଦ ଉଗ୍ରରୂପ ନେବା ସହ ଉଭୟ ଗୋଷ୍ଠୀ ପରସ୍ପର ଉପରକୁ ଢେଲା ପଥର ମାଡ଼ କରିଥିଲେ। ପରିସ୍ଥିତି ନିୟନ୍ତ୍ରଣ ବାହାରକୁ ଯାଉଥିବାରୁ ପୁଲିସ ଲାଠିଚାର୍ଜ କରିଥିଲା।
ଠାକୁରଙ୍କ ପାଖରେ ପଣା ଲାଗିକୁ ନେଇ ବିବାଦର ସୂତ୍ରପାତ ହୋଇଥିବା କୁହାଯାଉଛି। ସେପଟେ ଢେଲାପଥର ମାଡ଼ରେ କିଛି ଲୋକଙ୍କ ଘର କ୍ଷତିଗ୍ରସ୍ତ ହେବା ସଙ୍ଗେସଙ୍ଗେ ଜିନିଷପତ୍ର ଭାଙ୍ଗିରୁଜି ଯାଇଛି। ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ଥିବାରୁ ସ୍ଥାନୀୟ ଅଞ୍ଚଳରେ ବ୍ୟାପକ ପୁଲିସ ମୁତୟନ କରାଯାଇଛି।
https://youtu.be/9HYd_yLxCK8
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।