ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଆଜି ଆୟୋଜିତ ହେବ। ଏଥିରେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ମୁଖ୍ୟ ଅତିଥିଭାବେ ଯୋଗଦେବେ । ଏହି ଅବସରରେ ଦେଶର ୫ଜଣ ବ୍ୟକ୍ତିଙ୍କୁ ସମ୍ମାନସୂଚକ ଡକ୍ଟରେଟ ଡିଗ୍ରୀ ଦିଆଯିବ ।
ଚଳିତବର୍ଷ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ, ସିଏଜି ଗିରୀଶ ଚନ୍ଦ୍ର ମୁର୍ମୁ, ଓଡିଶା ହାଇକୋର୍ଟର ବିଚାରପତି ସଞ୍ଜୁ ପଣ୍ଡା, ଭାବା ଆଟୋମିକ୍ ରିସର୍ଚ୍ଚ ସେଣ୍ଟରର ନିର୍ଦ୍ଦେଶକ ଅଜିତ କୁମାର ମହାନ୍ତି, ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ବିଜୟ କୁମାର ସାହୁଙ୍କୁ ଡକ୍ଟରେଟ ଡିଗ୍ରୀ ଦେବା ପାଇଁ ନିଷ୍ପତ୍ତି ନିଆଯାଇଛି ।
ସମାବର୍ତ୍ତନ ଉତ୍ସବରେ କୋଭିଡ୍ ନିୟମାବଳୀ କଡାକଡି ପାଳନ କରାଯିବ । ଏଥିରେ ୫ଶହ ଜଣଙ୍କୁ ଅଂଶଗ୍ରହଣ ପାଇଁ ଅନୁମତି ମିଳିବ। ସମାବର୍ତ୍ତନ ଉତ୍ସବ ପୂର୍ବରୁ ଅଧ୍ୟାପକ, ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କ RTPCR ଟେଷ୍ଟ କରାଯାଇଛି । କୋଭିଡ ନେଗେଟିଭ ରିପୋର୍ଟ ଥିବା ବ୍ୟକ୍ତି ହିଁ ଉତ୍ସବରେ ଯୋଗ ଦେଇପାରିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।