ଆସିଲା ସାଧାରଣତନ୍ତ୍ର ଦିବସ ଗାଇଡଲାଇନ୍; ୧୦ ଜଣରେ ହେବ ପତାକା ଉତ୍ତୋଳନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ସାଧାରଣତନ୍ତ୍ର ଦିବସ। ଏନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର(ଏସ୍‌ଆରସି)ଙ୍କ ପକ୍ଷରୁ ଗାଇଡଲାଇନ ଜାରି କରାଯାଇଛି। ଗାଇଡଲାଇନ ଅନୁସାରେ, ସାଧାରଣତନ୍ତ୍ର ଦିବସରେ ବ୍ୟକ୍ତିଗତ ଭାବେ ନିଜ ଘରେ ପତାକା ଉତ୍ତୋଳନ ପାଇଁ ୫ ଜଣଙ୍କୁ ଅନୁମତି ଦିଆଯାଇଛି। ଆନୁଷ୍ଠାନିକ ଭାବେ ପତାକା ଉତ୍ତୋଳନ ପାଇଁ ୧୦ ଜଣଙ୍କୁ ଅନୁମତି ଦିଆଯାଇଛି। ଏହାସହ ପତାକା ଉତ୍ତୋଳନ ବେଳେ କୋଭିଡ୍ କଟକଣା ମାନିବାକୁ ପରାମର୍ଶ ଦିଆଯାଇଛି। ସାମାଜିକ ଦୂରତା, ମାସ୍କ ଓ ସାନିଟାଇଜେସନକୁ ଗୁରୁତ୍ୱ ଦେବାକୁ କୁହାଯାଇଛି। ସୂଚନାଯୋଗ୍ୟ, […]

republic-day

Tapaswini Nayak
  • Published: Tuesday, 25 January 2022
  • , Updated: 25 January 2022, 01:49 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ସାଧାରଣତନ୍ତ୍ର ଦିବସ। ଏନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର(ଏସ୍‌ଆରସି)ଙ୍କ ପକ୍ଷରୁ ଗାଇଡଲାଇନ ଜାରି କରାଯାଇଛି। ଗାଇଡଲାଇନ ଅନୁସାରେ, ସାଧାରଣତନ୍ତ୍ର ଦିବସରେ ବ୍ୟକ୍ତିଗତ ଭାବେ ନିଜ ଘରେ ପତାକା ଉତ୍ତୋଳନ ପାଇଁ ୫ ଜଣଙ୍କୁ ଅନୁମତି ଦିଆଯାଇଛି। ଆନୁଷ୍ଠାନିକ ଭାବେ ପତାକା ଉତ୍ତୋଳନ ପାଇଁ ୧୦ ଜଣଙ୍କୁ ଅନୁମତି ଦିଆଯାଇଛି।

ଏହାସହ ପତାକା ଉତ୍ତୋଳନ ବେଳେ କୋଭିଡ୍ କଟକଣା ମାନିବାକୁ ପରାମର୍ଶ ଦିଆଯାଇଛି। ସାମାଜିକ ଦୂରତା, ମାସ୍କ ଓ ସାନିଟାଇଜେସନକୁ ଗୁରୁତ୍ୱ ଦେବାକୁ କୁହାଯାଇଛି।

ସୂଚନାଯୋଗ୍ୟ, ସାଧାରଣତନ୍ତ୍ର ଦିବସରେ ନିଜ ଜିଲ୍ଲାରେ କୌଣସି ନେତା ଓ ମନ୍ତ୍ରୀ ଅତିଥି ଭାବେ ଯୋଗ ଦେଇପାରିବେ ନାହିଁ। ଏପରିକି ସରକାରୀ ଯୋଜନା ପ୍ରଚାର ସମ୍ପର୍କିତ ପ୍ରଜ୍ଞାପନ ମେଢ଼ ସାମିଲ ହେବ ନାହିଁ ବୋଲି ରାଜ୍ୟ ନିର୍ବାଚନ କମିଶନର ଗାଇଡଲାଇନ ଜାରି କରିଥିଲେ।

ଗାଇଡଲାଇନ ଅନୁସାରେ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସମେତ ସମସ୍ତ ମନ୍ତ୍ରୀ, ମୁଖ୍ୟ ସଚିବ, ଆରଡିସି ଓ ଜିଲ୍ଲାପାଳଙ୍କୁ ଏହି ଗାଇଡଲାଇନ୍ ଅନୁସାରେ ସାଧାରଣତନ୍ତ୍ର ଦିବସ ସମାରୋହ ପାଳନ ନିମନ୍ତେ ପରାମର୍ଶ ଦିଆଯାଇଛି। ସାଧାରଣତନ୍ତ୍ର ଦିବସରେ ଅତିଥି ଭାବେ ଯୋଗ ଦେଉଥିବା ନେତା ଓ ମନ୍ତ୍ରୀ ନିଜ ଭାଷଣକୁ କେବଳ ରାଷ୍ଟ୍ର, ସ୍ୱାଧୀନତା ସଂଗ୍ରାମୀ, ଶହୀଦ ଓ ରାଷ୍ଟ୍ରର ଜୟଗାନ ମଧ୍ୟରେ ସୀମିତ ରଖିବେ। ଏଥିରେ କୌଣସି ପ୍ରକାରର ସରକାରୀ ସଫଳତାର କାହାଣୀ କିମ୍ବା ଯୋଜନାର ସଫଳତା ସମ୍ପର୍କରେ ଉଲ୍ଲେଖ ରହିବ ନାହିଁ।

Related story