ପାର୍ବଣ ଋତୁ ପାଇଁ ଗାଇଡଲାଇନ ଜାରି, ଜାଣନ୍ତୁ କେମିତି ହେବ ପୂଜା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପାର୍ବଣ ଋତୁ ପାଇଁ ରାଜ୍ୟ ସରକାର ଜାରି କରିଛନ୍ତି ଗାଇଡଲାଇନ। କରୋନାକୁ ଦୃଷ୍ଟିରେ ରଖି ସରକାର ଗାଇଡ୍‌ଲାଇନ୍ ଜାରି କରିଛନ୍ତି। ଆଗକୁ ଗଣେଶ ପୂଜା, ଦୁର୍ଗା ପୂଜା, ଲକ୍ଷ୍ମୀ ପୂଜା ଓ କାଳୀ ପୂଜା ଆଦି ପଡ଼ୁଥିବା ବେଳେ ସରକାର ବିଭିନ୍ନ କଟକଣା ସହିତ ଗାଇଡଲାଇନ ଜାରି କରିଛନ୍ତି। ଗାଇଡ୍‌ଲାଇନ୍‌ରେ କ’ଣ ରହିଛି ଚୁମ୍ବକରେ ଜାଣି ନିଅନ୍ତୁ କଟକଣା ସହ ପୂଜା ଆୟୋଜନ ପାଇଁ ପୂଜା କମିଟି ଗୁଡ଼ିକୁ ଅନୁମତି ମଣ୍ଡପ, ପେଣ୍ଡାଲରେ […]

Ganesh Statue

Jitendra Garnayak
  • Published: Monday, 09 August 2021
  • , Updated: 09 August 2021, 03:04 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପାର୍ବଣ ଋତୁ ପାଇଁ ରାଜ୍ୟ ସରକାର ଜାରି କରିଛନ୍ତି ଗାଇଡଲାଇନ। କରୋନାକୁ ଦୃଷ୍ଟିରେ ରଖି ସରକାର ଗାଇଡ୍‌ଲାଇନ୍ ଜାରି କରିଛନ୍ତି। ଆଗକୁ ଗଣେଶ ପୂଜା, ଦୁର୍ଗା ପୂଜା, ଲକ୍ଷ୍ମୀ ପୂଜା ଓ କାଳୀ ପୂଜା ଆଦି ପଡ଼ୁଥିବା ବେଳେ ସରକାର ବିଭିନ୍ନ କଟକଣା ସହିତ ଗାଇଡଲାଇନ ଜାରି କରିଛନ୍ତି।

ଗାଇଡ୍‌ଲାଇନ୍‌ରେ କ’ଣ ରହିଛି ଚୁମ୍ବକରେ ଜାଣି ନିଅନ୍ତୁ

  • କଟକଣା ସହ ପୂଜା ଆୟୋଜନ ପାଇଁ ପୂଜା କମିଟି ଗୁଡ଼ିକୁ ଅନୁମତି
  • ମଣ୍ଡପ, ପେଣ୍ଡାଲରେ ପୂଜା ପାଇଁ ଅନୁମତି ନେବା ଜରୁରୀ
  • ଜିଲ୍ଲାରେ ଜିଲ୍ଲାପାଳ ଓ ଟୁଇନ ସିଟିରେ ସିପିଙ୍କ ଅନୁମତି ଆବଶ୍ୟକ
  • କେବଳ ପରମ୍ପରା ରକ୍ଷା ପାଇଁ ନିରାଡ଼ମ୍ବର ଭାବେ ପୂଜା କରାଯିବ
  • କୌଣସି ସାଜସଜ୍ଜା ହୋଇପାରିବ ନାହିଁ
  • ମଣ୍ଡପକୁ ଶ୍ରଦ୍ଧାଳୁ ଆସି ପାରିବେ ନାହିଁ
  • ମଣ୍ଡପ ତିନି ପାର୍ଶ୍ୱରୁ ବନ୍ଦ ରହିବ। ଗୋଟିଏ ପାର୍ଶ୍ୱ ସାମାନ୍ୟ ଖୋଲା ରହିବ
  • ମଣ୍ଡପରେ ସାଧାରଣ ଦର୍ଶନାର୍ଥୀଙ୍କ ଦର୍ଶନ ପାଇଁ ବ୍ୟବସ୍ଥା ରହିବ ନାହିଁ
  • ମଣ୍ଡପରେ ପ୍ରତିମା ଉଚ୍ଚତା ୪ ଫୁଟରୁ କମ୍ ରଖିବାକୁ ନିର୍ଦ୍ଦେଶ
  • ପୂଜା ମଣ୍ଡପରେ ଏକ ସମୟରେ ୭ ଜଣରୁ ଅଧିକ ଲୋକ ଏକାଠି ରହିପାରିବେ ନାହିଁ
  • ପୂଜକ, ଆୟୋଜକ ଓ କର୍ତ୍ତାଙ୍କୁ ମିଶାଇ ୭ ଜଣରୁ ଅଧିକ ରହି ପାରିବେନି
  • ବିସର୍ଜନ ଶୋଭାଯାତ୍ରା ମନା, ଅସ୍ଥାୟୀ ପୋଖରୀରେ ହେବ ବିସର୍ଜନ
  • ମେଲୋଡ଼ି, ଭଜନ ସଂଧ୍ୟା ଭଳି କୌଣସି ମନୋରଂଜନ କାର୍ଯ୍ୟ ଆୟୋଜନ କରାଯାଇ ପାରିବ ନାହିଁ
  • ପୂଜାରେ ଭୋଜିଭାତ କରିବାକୁ ଅନୁମତି ନାହିଁ
  • ଗାଇଡଲାଇନ ଉଲ୍ଲଂଘନ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ହେବ
  • ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗଣେଶ ପୂଜାକୁ ଅନୁମତି ମିଳିଛି
  • ଅଳ୍ପ ସଂଖ୍ୟକ ଛାତ୍ରଛାତ୍ରୀଙ୍କୁ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ହୋଇପାରିବ ଗଣେଶ ପୂଜା
  • ସମସ୍ତ କୋଭିଡ ନିୟମ ମାନି ଗଣେଶ ପୂଜା କରିବାକୁ ଅନୁମତି ଦିଆଯାଇଛି

Related story