ଘୂର୍ଣ୍ଣିଝଡ ‘କୋମେନ୍’ ଦୁର୍ବଳ ହୋଇ  ଲଘୁଚାପରେ ପରିଣତ

ଭୁବନେଶ୍ୱର:  ଘୂର୍ଣ୍ଣିଝଡ ‘କୋମେନ୍’ ଦୁର୍ବଳ ହୋଇ ଡିପ୍ରେସନରେ ପରିଣତ ହେବା ପରେ ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି । ତେବେ ବହୁତ ଧୀର ଗତିରେ ଏହା ଆଗକୁ ବଢୁଛି । ଏହା ଆହୁରି ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଯିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ ଦକ୍ଷିଣ ଓଡିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି […]

basha

Rakesh Mallick
  • Published: Sunday, 02 August 2015
  • , Updated: 02 August 2015, 06:58 AM IST

ଭୁବନେଶ୍ୱର:  ଘୂର୍ଣ୍ଣିଝଡ ‘କୋମେନ୍' ଦୁର୍ବଳ ହୋଇ ଡିପ୍ରେସନରେ ପରିଣତ ହେବା ପରେ ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି । ତେବେ ବହୁତ ଧୀର ଗତିରେ ଏହା ଆଗକୁ ବଢୁଛି । ଏହା ଆହୁରି ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଯିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ ଦକ୍ଷିଣ ଓଡିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ବିଭାଗ ପୂର୍ବାନୁମାନ କରିଛି । ଆଜି ଆଭ୍ୟନ୍ତରୀଣ ଓଡିଶାରେ ମଧ୍ୟ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

 

Related story