ଗୁପ୍ତା କେବୁଲ୍ସ ଓ ଆଖପାଖ ଅଞ୍ଚଳ ହେଲା କଣ୍ଟେନମେଣ୍ଟ ଜୋନ୍

ଖୋର୍ଦ୍ଧା(ବଳରାମ ଲେଙ୍କା): ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ଥିବା ଗୁପ୍ତା କେବୁଲ୍ସ ପ୍ରାଇଭେଟ୍ ଲିମିଟେଡର ଜଣେ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ତତ୍ପର ହୋଇଉଠିଛି ଜିଲ୍ଲା ପ୍ରଶାସନ। ଜିଲ୍ଲା ପ୍ରଶାସନ ପକ୍ଷରୁ ଗୁପ୍ତା କେବୁଲ୍ସ ପ୍ରାଇଭେଟ୍ ଲିମିଟେଡ କମ୍ପାନୀ ଓ ଏହା ଚତୁଃପାର୍ଶ୍ୱରେ ଥିବା କମ୍ପାନୀଗୁଡ଼ିକୁ ଗତକାଲିଠୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି। ଏ ନେଇ ଜିଲ୍ଲାପାଳଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ଆସନ୍ତା ୪ ତାରିଖ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଏହି କଟକଣା […]

khorda-2

Niharika Rout
  • Published: Tuesday, 02 June 2020
  • , Updated: 02 June 2020, 08:05 AM IST

ଖୋର୍ଦ୍ଧା(ବଳରାମ ଲେଙ୍କା): ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ଥିବା ଗୁପ୍ତା କେବୁଲ୍ସ ପ୍ରାଇଭେଟ୍ ଲିମିଟେଡର ଜଣେ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ତତ୍ପର ହୋଇଉଠିଛି ଜିଲ୍ଲା ପ୍ରଶାସନ। ଜିଲ୍ଲା ପ୍ରଶାସନ ପକ୍ଷରୁ ଗୁପ୍ତା କେବୁଲ୍ସ ପ୍ରାଇଭେଟ୍ ଲିମିଟେଡ କମ୍ପାନୀ ଓ ଏହା ଚତୁଃପାର୍ଶ୍ୱରେ ଥିବା କମ୍ପାନୀଗୁଡ଼ିକୁ ଗତକାଲିଠୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି। ଏ ନେଇ ଜିଲ୍ଲାପାଳଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ଆସନ୍ତା ୪ ତାରିଖ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ।

ଏଥିସହିତ ସଂସ୍ଥାର ସମସ୍ତ କର୍ମଚାରୀଙ୍କୁ ହୋମ କ୍ୱାରେଣ୍ଟାଇନ୍‌ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ତେବେ ଏନେଇ କମ୍ପାନୀ କର୍ତ୍ତୃପକ୍ଷଙ୍କ କୌଣସି ପ୍ରତିକ୍ରିୟା ମିଳିପାରିନି।

Related story