ଜ୍ୱର ଉପଶମ ପାଇଁ ଅଣସର ଘରେ ଚାଲିଛି ଶ୍ରୀଜିଉଙ୍କ ଗୁପ୍ତ ସେବା

ପୁରୀ(ମଧୁସୂଦନ ମିଶ୍ର): ଶ୍ରୀଜିଉଙ୍କ ଜ୍ୱର ଉପଶମ ପାଇଁ ଶ୍ରୀମନ୍ଦିରରେ ଗୁପ୍ତ ସେବା ଚାଲିଛି। ଅଣସର ଘରେ ଅବସ୍ଥାନ କରିଥିବା ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଗତକାଲି ଫୁଲୁରୀ ତେଲ ଲାଗି ହୋଇଛି। ଆଜିଠୁ ବିଭିନ୍ନ ଔଷଧୀୟ ଉପଚାର ଲାଗୁ କରାଯିବ। ମଧ୍ୟାହ୍ନ ଧୂପ ପରେ ଝୁଣା, ତେଲ ଓ ବିଭିନ୍ନ ଚେର ମୂଳିରେ ପ୍ରସ୍ତୁତ ଔଷଧକୁ ଦଇତାପତି ସେବକମାନେ ଶ୍ରୀଜିଉଙ୍କ ଅଙ୍ଗରେ ଲଗାଇବେ। ଷଷ୍ଠୀଠୁ ନବମୀ ତିଥି ପର୍ଯ୍ୟନ୍ତ ଏହି ଔଷଧ ଲାଗି କରାଯିବ। ଫଳରେ କିଛି ମାତ୍ରାରେ ଶ୍ରୀଜିଉ […]

Puri

Puri

Jyoshna Pradhan
  • Published: Sunday, 23 June 2019
  • Updated: 23 June 2019, 08:11 AM IST

Sports

Latest News

ପୁରୀ(ମଧୁସୂଦନ ମିଶ୍ର): ଶ୍ରୀଜିଉଙ୍କ ଜ୍ୱର ଉପଶମ ପାଇଁ ଶ୍ରୀମନ୍ଦିରରେ ଗୁପ୍ତ ସେବା ଚାଲିଛି। ଅଣସର ଘରେ ଅବସ୍ଥାନ କରିଥିବା ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଗତକାଲି ଫୁଲୁରୀ ତେଲ ଲାଗି ହୋଇଛି। ଆଜିଠୁ ବିଭିନ୍ନ ଔଷଧୀୟ ଉପଚାର ଲାଗୁ କରାଯିବ। ମଧ୍ୟାହ୍ନ ଧୂପ ପରେ ଝୁଣା, ତେଲ ଓ ବିଭିନ୍ନ ଚେର ମୂଳିରେ ପ୍ରସ୍ତୁତ ଔଷଧକୁ ଦଇତାପତି ସେବକମାନେ ଶ୍ରୀଜିଉଙ୍କ ଅଙ୍ଗରେ ଲଗାଇବେ। ଷଷ୍ଠୀଠୁ ନବମୀ ତିଥି ପର୍ଯ୍ୟନ୍ତ ଏହି ଔଷଧ ଲାଗି କରାଯିବ। ଫଳରେ କିଛି ମାତ୍ରାରେ ଶ୍ରୀଜିଉ ଜ୍ୱରରୁ ଉପଶମ ପାଇବେ।

ଦଶମୀ ଦିନ ରାଜବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ଦଶମୂଳ ମୋଦକ ଖାଇବା ପରେ ମହାପ୍ରଭୁ ସମ୍ପୂର୍ଣ୍ଣ ଉପଶମ ହେବେ। ଏହାପରେ ଆସନ୍ତା ଜୁଲାଇ ୨ତାରିଖରେ ମହାପ୍ରଭୁ ଭକ୍ତଙ୍କୁ ନବଯୌବନ ବେଶରେ ଦର୍ଶନ ଦେବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos