ମାଲକାନଗିରି: ମାଲକାନଗିରି ବିଚ୍ଛିନ୍ନାଞ୍ଚଳକୁ ସଂଯୋଗ ପାଇଁ ନିର୍ମାଣଧୀନ ଗୁରୁପ୍ରିୟା ସେତୁ କାମର ସମୀକ୍ଷା କରିଛନ୍ତି କେବିକେ ମୁଖ୍ୟ ପ୍ରଶାସକ ତାରା ଦତ୍ତ। କାମରେ ବିଳମ୍ୱକୁ ନେଇ ସେ ଠିକା ନେଇଥିବା କମ୍ପାନୀ କତ୍ତୁର୍ପକ୍ଷକୁ ତାଗିଦ୍ କରିଛନ୍ତି। ଏବେ ସୁଧା ସେତୁର ୬ଟି ପିଲାର୍ ନିର୍ମାଣ ସରିବା କଥା। ମାତ୍ର ଏବେ ଯାଏ ଦୁଇଟିର କାମ ସରିଛି। ଧାର୍ଯ୍ୟ ସମୟ ଅନୁସାରେ କାମ ନ ହେଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି। ସେହିପରି ତାରା ଦତ୍ତ ସେତୁର ସୁରକ୍ଷା ଦାୟିତ୍ୱରେ ଥିବା ବିଏସ୍ଏଫ କ୍ୟାମ୍ପକୁ ଯାଇ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି। କାମ ତ୍ୱରାନ୍ୱିତ ନେଇ ସେ ଆର୍ ଆଣ୍ଡ ବି ବିଭାଗର ଅଧିକାରୀମାନଙ୍କ ସହ ମଧ୍ୟ ଆଲୋଚନା କରିଛନ୍ତି। ଲଗାଣ ବର୍ଷା ଯୋଗୁଁ କାମରେ ବିଳମ୍ୱ ହେଉଥିବା ଡେପୁଟି ନିର୍ବାହୀ ଯନ୍ତ୍ରୀ କହିଛନ୍ତି। ଗତ ୨୬ ତାରିଖରେ ମାଓବାଦୀମାନେ ବିଚ୍ଛିନ୍ନାଞ୍ଚଳରେ ବିସ୍ଫୋରଣ କରିଥିଲେ। ଫଳରେ କାମ ସାମୟିକ ବନ୍ଦ ରହିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।