ମାଲକାନଗିରି (ଜିତେନ୍ଦ୍ର ବେଉରା): ଆସନ୍ତା ୨୬ ତାରିଖରେ ଗୁରୁପ୍ରିୟା ସେତୁର ଉଦ୍ଘାଟନ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦ୍ଘାଟନ କରିବେ। ଏନେଇ ସୂଚନା ଦେଇଛନ୍ତି ମାଲକାନଗିରି ଜିଲ୍ଲା ସଭାପତି ତଥା ସ୍ଥାନୀୟ ବିଧାୟକ ମାନସ ମାଡ଼କାମୀ।
ଗତ ୧୮ ତାରିଖରେ ଏହି ସେତୁ ଉଦ୍ଘାଟନ ହେବା ନେଇ ସ୍ଥିର ହୋଇଥିଲା। ତେବେ ବର୍ଷା ପାଇଁ ଏହାକୁ ସ୍ଥଗିତ ରଖାଯାଇଥିଲା।
ଏହାସହ ମାଲକାନଗିରି ଜିଲ୍ଲା ସଦର ମହକୁମାରେ ୩୦୦ ଶଯ୍ୟା ବିଶିଷ୍ଟ ମୁଖ୍ୟ ଚିକିତ୍ସାଳୟକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଉଦ୍ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରସୋରରେ ଚାଲିଛି। ତେବେ ଏହାକୁ ବିରୋଧ କରି କଂଗ୍ରେସ ପକ୍ଷରୁ ସେହିଦିନ ଚିତ୍ରକୋଣ୍ଡା ବନ୍ଦ ଡାକରା ଦିଆଯାଇଛି।
https://www.youtube.com/watch?v=4a22KR5iZeA
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଯୌତୁକ ପାଇଁ ମାରିଦେଲେ! ୧୦ ମାସ ତଳେ ହୋଇଥିଲା ବାହାଘର
ବାପ ଘର ଲୋକ ଅଭିଯୋଗ କରିଛନ୍ତି ଯେ ଯୌତୁକ ପାଇଁ ଝିଅକୁ ହତ୍ୟା କରାଯାଇଛି। ଶ୍ୱଶୁର ଘର ଲୋକେ କହିଛନ୍ତି ଯେ ସେ ଆତ୍ମହତ୍ୟା କରିଛନ୍ତି। ଯଦି ଆତ୍ମହତ୍ୟା କରିଛନ୍ତି, ତା’ହେଲେ ତା’ର କାରଣ ଯୌତୁକ ନିର୍ଯାତନା ନୁହେଁ ତ?
Events & Festivals
ମହାରାଜ କଂସଙ୍କ ନିମନ୍ତ୍ରଣ, ଧନୁଯାତ୍ରା ଦେଖିବାକୁ ଯିବେ ମୁଖ୍ୟମନ୍ତ୍ରୀ
ବିଶ୍ଵପ୍ରସିଦ୍ଧ ଧନୁଯାତ୍ରା ମହୋତ୍ସବରେ ସାମିଲ ହେବାକୁ ସନ୍ଧ୍ୟାରେ ବରଗଡ଼ରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ l
Miscellaneous
ନକ୍ସଲ ଡମ୍ପ ଠାବ; ବନ୍ଧୁକ ଓ ଗୁଳି ଜବତ
ସାଧାରଣ ଲୋକଙ୍କୁ ଅବା ସୁରକ୍ଷା କର୍ମଚାରୀଙ୍କୁ ଟାର୍ଗେଟ କରିବା ଉଦ୍ଦେଶ୍ୟରେ ନକ୍ସଲମାନେ ଏହି ଡମ୍ପକୁ ବ୍ୟବହାର କରିଥା’ନ୍ତେ ବୋଲି ଆଜି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କହିଥିଲେ ମାଲକାନଗିରି ଏସ୍ପି।
Miscellaneous
ଆଜିଠୁ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ, ୧୬ରୁ ପୁଣି ଚାଲିବ
ଆସନ୍ତା ୧୬ ତାରିଖଠାରୁ ପୁଣିଥରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଓ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି ଆରମ୍ଭ ହେବ।