ଭୁବନେଶ୍ୱର: ଭୁବନେଶ୍ୱର ହଳଦିପଡ଼ିଆରେ ପୋଲିସ ଉପରେ ହୋଇଥିବା ମାଡ଼ ଘଟଣାର ମୁଖ୍ୟ ଅଭିଯୁକ୍ତ ଶୈଳ ରଣସିଂକୁ ଗିରଫ କରାଯାଇଛି । ଏହାସହ ଶୈଳଙ୍କ କିଛି ସହଯୋଗୀଙ୍କୁ ମଧ୍ୟ ଧରାଯାଇଥିବା ଡିସିପି ସତ୍ୟବ୍ରତ ଭୋଇ ସୂଚନା ଦେଇଛନ୍ତି । ପୂର୍ବରୁ ପୋଲିସ ଏହି ଘଟଣାରେ ୩ଜଣଙ୍କୁ ଗିରଫ କରିଥିଲା ।
ଗତ ୮ ତାରିଖରେ ଝାରପଡ଼ା ଅଞ୍ଚଳରେ ଥିବା ହଳଦିପଡ଼ିଆ ବସ୍ତିରେ ସନ୍ତୋଷ ଜେନା ନାମକ ଜଣେ ଯୁବକଙ୍କୁ କିଛି ବସ୍ତିବାସୀ ଏକ ଗଛରେ ବାନ୍ଧି ମାଡ ମାରୁଥିବା ସୂଚନା ପାଇ ପୋଲିସ ସେଠାରେ ପହଞ୍ଚି ଉଦ୍ଧାର କରିବାକୁ ଚେଷ୍ଟା କରିଥିଲା । ତେବେ ପୋଲିସକୁ ସ୍ଥାନୀୟ ବସ୍ତିବାସୀ ବିରୋଧ କରିବା ସହ ଘଟଣା ଉଗ୍ର ରୂପ ନେଥିଲା । ଏପରି କି ବସ୍ତିର କିଛି ଲୋକ ପୋଲିସକୁ ମାଡ ମାରିଥିଲେ । ଘଟଣା ପରେ ପୋଲିସ ୩ଜଣଙ୍କୁ ଗିରଫ କରିଥିବା ବେଳେ ଶୈଳ ଫେରାର ହୋଇଯାଇଥିଲେ । ସେବେଠାରୁ ପୋଲିସ ତାଙ୍କୁ ଧରିବାକୁ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଥିଲା । ଶେଷରେ ୧୧ ଦିନ ପରେ ଲକ୍ଷ୍ମୀସାଗର ପୋଲିସ ତାଙ୍କୁ ଗିରଫ କରିବାକୁ ସକ୍ଷମ ହୋଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
୨୩ରେ ମନ୍ତ୍ରିମଣ୍ଡଳ ଓ ମନ୍ତ୍ରିପରିଷଦ ବୈଠକ, ଅତିରିକ୍ତ ଚିଠା ବଜେଟକୁ ମିଳିବ ମଞ୍ଜୁରୀ
ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୬ତାରିଖରେ ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ ।
Miscellaneous
୨୦୪୭ ମସିହା ସୁଦ୍ଧା ‘ସମସ୍ତଙ୍କ ପାଇଁ ବୀମା’
ଓଡ଼ିଶାରେ ବୀମାହାର ଜାତୀୟସ୍ତର ତୁଳନାରେ କମିଥିବାରୁ ୨୦୪୭ ସୁଦ୍ଧା ‘ସମସ୍ତଙ୍କ ପାଇଁ ବୀମା’ ଲକ୍ଷ୍ୟ ହାସଲ କରିବାକୁ ବୀମା କଭରେଜରେ ଉନ୍ନତି ଆଣିବା ନିମନ୍ତେ ରଣନୀତି ଉପରେ ଆଲୋଚନା ହୋଇଛି ।
Miscellaneous
ସରକାରୀ ଜମିରେ ତିଆରି ହୋଇଛି ବାବାଙ୍କ ବୈକୁଣ୍ଠ ଧାମ ଆଶ୍ରମ
ଭୁବନେଶ୍ୱର ଖଣ୍ଡଗିରି ପାଦ ଦେଶରେ ରହିଛି ବାବାଙ୍କ ବୈକୁଣ୍ଠ ଧାମ୍ ଆଶ୍ରମ। ଏଠାରେ କଳକୀରାମ ଶ୍ରୀଶ୍ରୀଶ୍ରୀ ସତ୍ୟ ଅନନ୍ତ ମାଧବ ପୂଜା ପାଉଛନ୍ତି। ପ୍ରବଚନ ଦେଉଛନ୍ତି। ଭକ୍ତଙ୍କୁ ଆଶୀର୍ବାଦ ଦେଉଛନ୍ତି।
Special
ଦୁଇ ଘଣ୍ଟା ବନ୍ଦ ହୋଇଥିଲା ହାର୍ଟ ବିଟ୍; ତଥାପି ପୁନର୍ଜନ୍ମ ପାଇଲେ ଯବାନ
ଏମ୍ସ ଡାକ୍ତର ଔଷଧ ଦେଇ ଶୁଭକାନ୍ତଙ୍କ ବିପି ବଢ଼ାଇବାକୁ ଚେଷ୍ଟା କରିଥିଲେ। ହେଲେ ହାର୍ଟ ବିଟ୍ କିନ୍ତୁ କମି ଚାଲିଥିଲା। ଏହାରି ଭିତରେ ହଠାତ ହୋଇଥିଲା କର୍ଡିଆକ୍ ଆରେଷ୍ଟ। ବନ୍ଦ ହୋଇଗଲା ହାର୍ଟ ବିଟ୍। ତେଣୁ ଡାକ୍ତର ତାଙ୍କୁ CPR ଦେବା ଆରମ୍ଭ କରିଥିଲେ।
Miscellaneous
ଆମ୍ବ ଟାକୁଆ ଖାଇବା ଘଟଣାରେ ଆଉ ଜଣଙ୍କର ମୃତ୍ୟୁ
ଆମ୍ବ ଟାକୁଆ ଖାଇ ଗୁରୁତର ଥିବା ଆଉ ଜଣେ ଏବେ ବି ଏସସିବିରେ ଚିକିତ୍ସାଧୀନ ଅଛନ୍ତି।