/odisha-reporter/media/post_attachments/uploads/2020/03/bbsr-1111.jpg)
bbsr
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ସ୍ଥିତ ଶିଖରଚଣ୍ଡୀ ଅଞ୍ଚଳରେ ଥିବା ଏକ ବସ୍ତି ପାଖ ଗଛରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ମେଘନାଦ ଦଳେଇ। ସେ ପାଇପ୍ ମିସ୍ତ୍ରୀ ଭାବେ କାମ କରୁଥିଲେ।
Advertisment
ଆଜି ସକାଳେ ଏକ ନିମ ଗଛରେ ତାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଦେଖି ସ୍ଥାନୀୟ ଲୋକେ ପୁଲିସ୍କୁ ଖବର ଦେଇଥିଲେ। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି। ତେବେ ମେଘନାଦଙ୍କ ଗୋଡ଼ ତଳେ ଲାଗିଥିବାରୁ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି।
ଆଧାର ଟଙ୍କାକୁ ନେଇ ଗଣ୍ଡଗୋଳରୁ ସେ ଆତ୍ମହତ୍ୟା କରିଥିବା ତାଙ୍କ ପରିବାର ଲୋକ କହିଛନ୍ତି। ଇନ୍ଫୋସିଟି ପୁଲିସ୍ ଘଟଣାର ଛାନ୍ଭିନ୍ ଆରମ୍ଭ କରିଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
