ଭୁବନେଶ୍ୱର: ହରିଜନ ଓ ଆଦିବାସୀ ଛାତ୍ରଛାତ୍ରୀଙ୍କ ପାଇଁ ଅର୍ବାନ ହଷ୍ଟେଲ ନିର୍ମାଣ କରି ବିଭିନ୍ନ ଇଂଲିଶ ମିଡିୟମ ସ୍କୁଲରେ ମାଗଣାରେ ପାଠ ପଢିବାକୁ ସୁଯୋଗ ଦେବେ ରାଜ୍ୟ ସରକାର । ଏହାର ସମସ୍ତ ଖର୍ଚ୍ଚ ମଧ୍ୟ ସରକାର ବହନ କରିବେ । ଗତକାଲି ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ଜିଲ୍ଲା ମଙ୍ଗଳ ଅଧିକାରୀମାନଙ୍କୁ ନେଇ ଅନୁଷ୍ଠିତ ବୈଠକ ପରେ ଏହି ସୂଚନା ଦିଆଯାଇଛି। ବୈଠକରେ ବିଭିନ୍ନ ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀମାନଙ୍କୁ ସୁରକ୍ଷା, ଭିତ୍ତିଭୂମୀ ସାଙ୍ଗକୁ ଆନୁଷଙ୍ଗିକ ସୁବିଧା ଯୋଗାଇ ଦିଆଯିବା ନେଇ ଆଲୋଚନା ହୋଇଥିଲା। ବୈଠକରେ ଅନୁସୂଚିତ ଜାତି ଓ ଜନତାତି ଉନ୍ନୟନ ମନ୍ତ୍ରୀ ଲାଲବିହାରୀ ହିମିରିକା, କ୍ରୀଡ଼ା ଓ ଯୁବ ବ୍ୟାପର ମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କ ସମେତ ବିଭାଗୀୟ ସଚିବ ଓ ସମସ୍ତ ଜିଲ୍ଲାର ମଙ୍ଗଳ ଅଧିକାରୀ, ପିଏଆଇଟିଡିଏ ଅଧିକାରୀମାନେ ଯୋଗ ଦେଇଥିଲେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପୁଅ ଜନ୍ମ ଦିନକୁ ଖାସ କରିବାକୁ ପ୍ରୟାସ, ଆୟୋଜନ କଲେ ରକ୍ତଦାନ ଶିବିର
ସବୁ ବାପାମା’ ନିଜ ପିଲାଙ୍କ ଜନ୍ମ ଦିନକୁ ଧୁମଧାମରେ ପାଳନ କରିଥାନ୍ତି। ଏଥିପାଇଁ କିଏ ବଡ଼ ପାର୍ଟିର ଆୟୋଜନ କରିଥାଏ ତ କିଏ ବନ୍ଧୁବାନ୍ଧବଙ୍କୁ ଭୋଜି ଭାତରେ ଆପାୟିତ କରି ଖୁସି ହୋଇଥାଏ।
Crime
୬ ମାସ ଶିଶୁପୁତ୍ରର ସନ୍ଦେହଜନକ ମୃତ୍ୟୁ; ବାପାମା’ ହତ୍ୟା କରିଥିବା ଅଭିଯୋଗ
ଶିଶୁଟିକୁ ତାର ବାପାମା’ ହତ୍ୟା କରିଥିବା ଅଭିଯୋଗ ଆଣି ଥାନାରେ ଦ୍ୱାରସ୍ଥ ହୋଇଛନ୍ତି ଗ୍ରାମବାସୀ।
Crime
କେରଳରୁ ବନ୍ଧା ହେଲେ ଅଭିଯୁକ୍ତ, ବର୍ଷେ ତଳେ ପତ୍ନୀଙ୍କୁ ହାଣି ଫେରାର ହୋଇଥିଲେ
ବର୍ଷେ ତଳେ ବ୍ରହ୍ମପୁର ସହରରେ ଅତି ନିର୍ମମ ଭାବେ ପତ୍ନୀଙ୍କୁ ହତ୍ୟା କରିଥିଲେ। ଏହାପରେ ଫେରାର ହୋଇ ଯାଇଥିଲେ ଅଭିଯୁକ୍ତ। ମାତ୍ର ବର୍ଷେ ପରେ ପୁଲିସ୍ ଜାଲରେ ପଡ଼ିଛନ୍ତି ଅଭିଯୁକ୍ତ।
Crime
କୋଟିପତି ଉପଜିଲ୍ଲାପାଳଙ୍କୁ ବାନ୍ଧିଲା ଭିଜିଲାନ୍ସ
ଗତକାଲି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଥିଲା
Accident
ନିଜ ବିଲକୁ ଯାଇଥିଲେ ଚାଷୀ, ମାରିଲା କରେଣ୍ଟ
ପାଚିଲା ଧାନ ଦେଖିବାକୁ ନିଜ ବିଲକୁ ଯାଇଥିଲେ ଚାଷୀ। ମାତ୍ର ଘଟିଗଲା ଅଘଟଣ । ପଡ଼ୋଶୀଙ୍କ ତାର ବାଡ଼ରେ ହାତ ପଡ଼ିଯିବାରୁ ମାରିଲା କରେଣ୍ଟ ଓ ସେଠାରେ ହିଁ ସେ ଟଳି ପଡ଼ିଲେ।