ଆସୁଛି ବଡ଼ ବର୍ଷା; ଧାନ କାଟି ଆଣ, ନହେଲେ ଘୋଡ଼ାଇ ରଖ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦକ୍ଷିଣ ଆଣ୍ଡାମାନ ସାଗରରେ ଆସନ୍ତା ୩୦ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଅଧିକ ଘନୀଭୂତ ହୋଇ ବଙ୍ଗୋପସାଗରରେ ବାତ୍ୟାର ରୂପ ନେଇପାରେ। ଏହାର ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଧାନ ଅମଳ ସମୟରେ ବର୍ଷାକୁ ଦେଖି ଓୟୁଏଟି ସତର୍କବାଣୀ ଜାରି କରିଛନ୍ତି। ସମ୍ଭାବ୍ୟ ଲଘୁଚାପ ବର୍ଷା ପାଇଁ ଚାଷୀଙ୍କୁ ସତର୍କ କରିଛି ଓୟୁଏଟି। ଗାଇଡ୍‌ଲାଇନ୍‌ ଅନୁସାରେ ବର୍ଷା ପୂର୍ବରୁ ୮୫% ପାଚି ଯାଇଥିବା ଧାନ […]

Croup

Manoranjan Sial
  • Published: Monday, 29 November 2021
  • , Updated: 29 November 2021, 04:58 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦକ୍ଷିଣ ଆଣ୍ଡାମାନ ସାଗରରେ ଆସନ୍ତା ୩୦ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଅଧିକ ଘନୀଭୂତ ହୋଇ ବଙ୍ଗୋପସାଗରରେ ବାତ୍ୟାର ରୂପ ନେଇପାରେ। ଏହାର ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଧାନ ଅମଳ ସମୟରେ ବର୍ଷାକୁ ଦେଖି ଓୟୁଏଟି ସତର୍କବାଣୀ ଜାରି କରିଛନ୍ତି।

ସମ୍ଭାବ୍ୟ ଲଘୁଚାପ ବର୍ଷା ପାଇଁ ଚାଷୀଙ୍କୁ ସତର୍କ କରିଛି ଓୟୁଏଟି। ଗାଇଡ୍‌ଲାଇନ୍‌ ଅନୁସାରେ ବର୍ଷା ପୂର୍ବରୁ ୮୫% ପାଚି ଯାଇଥିବା ଧାନ କାଟି ଆଣନ୍ତୁ। କଟା ଯାଇଥିବା ଧାନକୁ ତୁରନ୍ତ ସୁରକ୍ଷିତ ସ୍ଥାନରେ ରଖନ୍ତୁ। କଟା ଧାନକୁ ପଲିଥିନ ଘୋଡ଼ାଇ ରଖନ୍ତୁ। ଧାନ ଜମିରୁ ବଳକା ପାଣି ନିଷ୍କାସନ ପାଇଁ ନାଳି କରନ୍ତୁ। ଧାନ ଗଛ ପଡ଼ିଯାଇଥିଲେ ବର୍ଷା ପରେ ହଳା କରି ଠିଆ କରନ୍ତୁ। ବର୍ଷା ଛାଡ଼ି ଖରା ହେଲେ କେଣ୍ଡାକଟା ପୋକ ଲାଗିବା ସମ୍ଭାବନା ରହିଛି। ସବୁ ରବି ଫସଲ ବୁଣିବା ବା ଲଗାଇବା ସାମୟିକ ସ୍ଥଗିତ ରଖିବାକୁ ଓୟୁଏଟି ପରାମର୍ଶ ଦେଇଛି।

ଲଘୁଚାପ ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ଦକ୍ଷିଣ ଉପକୂଳ ସହ ୬ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଲା- ଜଗତସିଂହପୁର, କେନ୍ଦ୍ରାପଡ଼ା, କନ୍ଧମାଳ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀଙ୍କୁ ୨ ତାରିଖ ପୂର୍ବରୁ ସମୁଦ୍ରରୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି। ତେବେ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ବର୍ଷା ହେବା ସମ୍ଭାବନା ରହିଛି ତାହା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ସ୍ପଷ୍ଟ ହେବ। ଏବେ ଧାନ ପାଚି ଅମଳ ସମୟ ହୋଇଥିବାରୁ ଏହି ବର୍ଷା ଚାଷୀ ଓ ଚାଷ କାର୍ଯ୍ୟ ପାଇଁ ଘାତକ ହେବ ବୋଲି ଆଶଙ୍କା କରାଯାଉଛି।

Related story