ଅନୁଗୋଳ (ବିରଜା ପ୍ରସାଦ ଦାଶ): ଅନୁଗୋଳ ଜିଲ୍ଲା କିଶୋରନଗର ଥାନା ଅନ୍ତର୍ଗତ କଳାବେଡ଼ା ନିକଟରେ ୫୫ ନମ୍ବର ଜାତୀୟ ରାଜପଥରେ ଆଜି ଦୁଇଟି ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣା ପରେ ଗୋଟିଏ ଟ୍ରକ୍ର ଡ୍ରାଇଭର ପ୍ରାୟ ଦୁଇ ଘଣ୍ଟା ଧରି ଗାଡ଼ି ଭିତରେ ଚାପି ହୋଇ ରହିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି।
ସକାଳ ପ୍ରାୟ ସାଢ଼େ ୮ଟା ବେଳେ ସମ୍ବଲପୁରରୁ ଅନୁଗୋଳ ଅଭିମୁଖେ ଯାଉଥିବା ଏକ ପିଆଜ ବୋଝେଇ ଟ୍ରକ୍ ସହିତ ବିପରୀତ ଦିଗରୁ ଆସୁଥିବା ଏକ କୋଇଲା ବୋଝେଇ ଟ୍ରକ୍ର ମୁହାଁମୁହିଁ ଧକ୍କା ହୋଇଥିଲା।
ଦୁର୍ଘଟଣା ପରେ କୋଇଲା ବୋଝେଇ ଟ୍ରକ୍ର ଚାଳକ ଓ ତାଙ୍କ ସହଯୋଗୀ କୌଣସି ମତେ ଗାଡ଼ିରୁ ବାହାରିବାରେ ସକ୍ଷମ ହୋଇଥିଲେ। ତେବେ ପିଆଜ ବୋଝେଇ ଟ୍ରକ୍ର ଚାଳକ ଗାଡ଼ିରେ ଚାପି ହୋଇ ରହିଯାଇଥିଲେ। ପରେ ପୁଲିସ୍ ଓ ଅଗ୍ନିଶମ ବାହିନୀ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରିଥିଲେ।
ଏହି ଦୁର୍ଘଟଣା ଯୋଗୁ ୫୫ ନମ୍ବର ଜାତୀୟ ରାଜପଥ ଜାମ୍ ହୋଇଯାଇଥିଲା। ରାସ୍ତାର ଉଭୟ ପାର୍ଶ୍ୱରେ ଶହ ଶହ ଗାଡ଼ି ଅଟକି ରହିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Miscellaneous
ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ
ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ ।